ପଲ୍ୟୁସନ୍‌ ସାର୍ଟିଫିକେଟ୍‌ ଲାଗି ଗାଡ଼ି ମାଲିକଙ୍କଠାରୁ ମୋଟା ଅଙ୍କର ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୦।୯(ଡି.ଏନ୍‌.ଏ.): ସରକାର ଟ୍ରାଫିକ ନିୟମ କଡ଼ାକଡ଼ି କରିବା ପରେ ସମଗ୍ର ରାଜ୍ୟର ଗାଡ଼ି ମାଲିକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅନ୍ୟପଟେ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାର ନିୟମକୁ ତିନି ମାସ କୋହଳ ବି କରିଛନ୍ତି ।
ଏହି ସୁଯୋଗରେ କିଛି ପ୍ରଦୂଷଣ କେନ୍ଦ୍ର ଗାଡ଼ି ବର୍ତ୍ତମାନ ଗାଁ ଗାଁ ବୁଲି ପଲ୍ୟୁସନ ସାର୍ଟିଫିକେଟ ଦେଉଛନ୍ତି।ଶୁକ୍ରବାର ଏକ ମାରୁତି ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ବାରିଆବନ୍ଧ ଖଳାରେ ପ୍ରଦୂଷଣ କେନ୍ଦ୍ର କରି ସାର୍ଟିଫିକେଟ ଦେଉଛି। କିନ୍ତୁ ଦିଆଯାଉଥିବା ଟଙ୍କା ରସିଦ୍‌ ଠାରୁ ୪୦ରୁ ୫୦ ଟଙ୍କା ଅଧିକ ନିଆଯାଉଥିବା ଅଭିଯୋଗ ହେଉଛି। ରସିଦ୍‌ଠାରୁ ଅଧିକ ଟଙ୍କା କାହିଁକି ନିଆଯାଉଛି ବୋଲି ପଚରାଯିବାରୁ ବ୍ରହ୍ମପୁରରୁ ଗାଡ଼ି ଆସିଥିବାରୁ ଭଡ଼ା ବାବଦକୁ ଅଧିକ ଟଙ୍କା ନିଆଯାଉଥିବା ସାର୍ଟିଫିକେଟ ଦେଉଥିବା କର୍ମଚାରୀ କହିଛନ୍ତି। ଶୁକ୍ରବାର ସନ୍ଧ୍ୟା ପର୍ଯ୍ୟନ୍ତ ପଲ୍ୟୁସନ ସାର୍ଟିଫିକେଟ ଦିଆଯିବା ସହ ପୁଣି ସପ୍ତାହ ପରେ ଚନ୍ଦ୍ରଗିରି ଅଞ୍ଚଳକୁ ଏହି ପଲ୍ୟୁସନ ଗାଡ଼ି ଆସିବ ବୋଲି ଲୋକଙ୍କଠାରୁ ଶୁଣିବାକୁ ମିଳୁଛି।
ସୂଚନାଯୋଗ୍ୟ, ଏହି ଅଞ୍ଚଳରେ ତିବତ୍ତୀୟ ଶରଣାର୍ଥୀଙ୍କଠାରୁ ଆରମ୍ଭ କରି ଆଦିବାସୀ ତଥା ସାଧାରଣ ଲୋକଙ୍କ ପାଖରେ ହଜାର ହଜାର ସଂଖ୍ୟାରେ ଯାନବାହନ ରହିଛି। ତେଣୁ ଏହି ଅଞ୍ଚଳକୁ ଦୃଷ୍ଟିରେ ରଖି କିଛି ସ୍ଥାନରେ ପଲ୍ୟୁସନ୍‌ ଟେଷ୍ଟିଂ ସେଣ୍ଟର ଖୋଲାଯାଇ ସରକାରୀ ନିୟମ ଅନୁଯାୟୀ ଟଙ୍କା ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?