ପଶିଆସିଛନ୍ତି ୧୫ ହାତୀ, ଲୋକେ ଆତଙ୍କିତ

ବଅଁରପାଳ, ୩୧।୭ (ଡି.ଏନ୍‌.ଏ.)-ବଅଁରପାଳ ବ୍ଲକ ମହୀଧରପୁର ଅଞ୍ଚଳକୁ ପଶି ଆସିଥିବା ଏକ ହାତୀପଲକୁ ନେଇ ମହୀଧରପୁର, ତଳମୂଳ, କାଳିହୁଣ୍ଡି, କୁରୁମିଠା, ମାଧିଆପଶି ଆଦି ଅଞ୍ଚଳର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ପଲରେ ୩ ଛୁଆ ହାତୀ ଥିବା ଖବର ପାଇ ହିନ୍ଦୋଳ ବନ ବିଭାଗ କର୍ମଚାରୀମାନେ ସ୍ଥାନୀୟ ଲୋକଙ୍କ ସହାୟତାରେ ହାତୀ ଘଉଡ଼ାଇବା କାର୍ଯ୍ୟରେ ଲାଗି ପଡ଼ିଛନ୍ତି। ହାତୀଙ୍କ ଯୋଗୁ ମହୀଧରପୁର, ତଳମୂଳ, କାଳୁହୁଣ୍ଡ ଅଞ୍ଚଳରେ ବହୁ ଫସଲ ନଷ୍ଟ ହୋଇଥିବାରୁ କ୍ଷତିପୂରଣ ଦେବାକୁ ବନ ବିଭାଗ ନିକଟରେ ଚାଷୀମାନେ ଦାବି କରିଛନ୍ତି। ବନ ବିଭାଗର ସୂଚନା ଅନୁଯାୟୀ, ଏହି ହାତୀପଲ ଢେଙ୍କାନାଳ ଜିଲାଆଡ଼ୁ ଆସି ପାଟଲା, ତଳମୂଳ, ମହୀଧରପୁର ନିକଟରେ ଥିବା କାଳିଲଙ୍ଗା ଆମ୍ବତୋଟା ଦେଇ ଧାନ ବିଲକୁ ପଶିଥିଲେ। ସନ୍ଧ୍ୟା ସୁଦ୍ଧା ହାତୀସବୁ ମହୀଧରପୁର ବନ୍ଧ ନିକଟରେ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri