ପଶ୍ଚିମ ଓଡ଼ିଶାକୁ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁ

ରାଉରକେଲା ଅଫିସ,୧୨ା୫-ପ୍ରବାସୀ ଓଡ଼ିଆଙ୍କୁ ରାଜ୍ୟକୁ ଫେରାଇ ଆଣିବା ନିମନ୍ତେ ରେଳ ମନ୍ତ୍ରଣାଳୟ ପଦକ୍ଷେପକୁ ସ୍ବାଗତ କରିଛନ୍ତି ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ। ସେ ଏକ ପତ୍ର ଲେଖି ରେଳମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ପଶ୍ଚିମ ଓଡିଶାବାସୀଙ୍କ ସମସ୍ୟା ଜଣାଇଛନ୍ତି। ଏଥିରେ ଓରାମ ଦର୍ଶାଇଛନ୍ତି, ପ୍ରାଥମିକ ପର୍ଯ୍ୟାୟରେ ଦେଶରେ ୧୫ ଯୋଡା ଟ୍ରେନ ଚଳାଚଳ ପାଇଁ ପଦକ୍ଷେପ ନିଆଯାଇଛି । ନୂଆଦିଲ୍ଲୀରୁ ଭୁବନେଶ୍ୱରକୁ ମଧ୍ୟ ଏଭଳି ଟ୍ରେନ ବ୍ୟବସ୍ଥା କରାଯାଇଛି। ତେବେ ପଶ୍ଚିମ ଓଡିଶାକୁ ଏଭଳି ସ୍ବତନ୍ତ୍ର ଟ୍ରେନ ଚଳାଚଳ ପାଇଁ ରେଳ ବିଭାଗ ତ୍ୱରିତ ପଦକ୍ଷେପ ନେବାକୁ ଓରାମ ରେଳମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ଚିଠିରେ ଦର୍ଶାଇଛନ୍ତି, ପଶ୍ଚିମ ଓଡ଼ିଶାର ରାଉରକେଲା, ଝାରସୁଗୁଡ଼ା ଓ ସମ୍ବଲପୁର ସମେତ ଅନ୍ୟ କେତେକ ଜିଲାର ବହୁ ପ୍ରବାସୀ ରାଜ୍ୟକୁ ଫେରିବାକୁ ଚାହିଁ ବସିଛନ୍ତି। ଅନୁରୂପ ଭାବେ ଓଡ଼ିଶାରେ ମଧ୍ୟ ଅନ୍ୟ ରାଜ୍ୟର ବହୁ ଲୋକ ଫସି ରହିଛନ୍ତି। ଏଣୁ ଏ ଦିଗରେ କେନ୍ଦ୍ର ରେଳ ମନ୍ତ୍ରଣାଳୟ ଦୃଷ୍ଟି ଦେବାକୁ ଓରାମ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri