ପଶ୍ଚିମ ଓଡ଼ିଶାରେ ବନ୍ୟା: ଏସ୍‌ଆର୍‌ସି, ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲା ଭାଜପା ଟିମ୍‌

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି, କନ୍ଧମାଳ, ବରଗଡ ଆଦି ଜିଲାରେ ଗତ ୩ ଦିନରେ ପ୍ରବଳ ବର୍ଷା ହୋଇଛି। ଏବେ ସେହି ଅଞ୍ଚଳଗୁଡିକରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା କରିବାସହ ପ୍ରଭାବିତ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ଆଣିବା ଏବଂ କ୍ଷତିଗ୍ରସ୍ତ ଲୋକଙ୍କ ପାଖରେ ରିଲିଫ ପହଞ୍ଚାଇବା ନେଇ ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂହଦେଓଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ସଙ୍ଗୀତା କହିଛନ୍ତି ଯେ, ଏବେ ସୃଷ୍ଟି ହୋଇଥିବା ବନ୍ୟାରେ ପାଖାପାଖି ୫୦ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହେବାର ଆଶଙ୍କା ରହିଛି। ପ୍ରବଳ ବର୍ଷା ଯୋଗୁ ହରିଶଙ୍କରଠାରେ ମାଟି ଅତଡା ଧସି ଯିବା ଯୋଗୁ ବ୍ୟାପକ କ୍ଷତି ହୋଇଛି ା ଅନେକ ଲୋକ ଏବେ ମଧ୍ୟ ପାଣି ଘେରରେ ଅଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରିବାର ଆବଶ୍ୟକତା ଅଛି। ପ୍ରଭାବିତ ଜିଲାଗୁଡ଼ିକୁ ଉଦ୍ଧାର ବୋଟ ଦେବାର ତୁରନ୍ତ ଆବଶ୍ୟକତା ରହିଛି। ସେହିପରି ପ୍ରଭାବିତ ଲୋକମାନଙ୍କୁ ରିଲିଫ ଖାଦ୍ୟ ପହଞ୍ଚାଇବାର ଆବଶ୍ୟକତା ରହିଛି।ସେହିପରି ବନ୍ୟା ପରବର୍ତ୍ତୀ ସମୟରେ ସୃଷ୍ଟି ହେଉଥିବା ସ୍ବାସ୍ଥ୍ୟ ସମସ୍ୟାକୁ ମୁକାବିଲା କରିବା ପାଇଁ ତୁରନ୍ତ ଚିକିତ୍ସା ଟିମ୍‌ ଯିବାର ଆବଶ୍ୟକତା ଅଛି। ଏସଡିଆର୍‌ଏଫ୍‌ ଟିମ୍‌ ପଠାଇ ରିଲିଫ କାର୍ଯ୍ୟ ତ୍ୱରାନ୍ବିତ କରାଯାଉ। ଏ ସମ୍ପର୍କରେ ସ୍ବତନ୍ତ୍ର ରିଲିଫ କମିଶନ ତୁରନ୍ତ ପଦକ୍ଷେପ ନିଅନ୍ତୁ। ସେହିପରି ଏହି ପ୍ରତିନିଧି ଦଳ ସଚିବାଳୟ ଯାଇ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିବା ସହ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ଏହି ପ୍ରତିନିଧି ଦଳରେ ବରିଷ୍ଠ ନେତା ମନମୋହନ ସାମଲ ଓ କନକ ବର୍ଦ୍ଧନ ସିଂହଦେଓ, ଉପସଭାପତି ସମୀର ମହାନ୍ତି, ସାଧାରଣ ସମ୍ପାଦକ ଭୃଗୁବକ୍ସି ପାତ୍ର ପ୍ରମୁଖ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri