Posted inଜାତୀୟ

ପଶ୍ଚିମବଙ୍ଗରେ ଟିଏମ୍‌ସି ଆନ୍ଦୋଳନ ଆଜି: ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ମୁହଁ।ମୁହିଁ

କୋଲ୍‌କାତା,୧୬ା୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆମ୍ବେଡକରଙ୍କ ପ୍ରତିମୂର୍ତ୍ତିଠାରୁ ଏକ ବିଶାଳ ଶୋଭାଯାତ୍ରା କରିବେ। ରାଜ୍ୟରେ ସିଏଏ ବିରୋଧୀ ଆନ୍ଦୋଳନ ହିଂସାତ୍ମକ ହୋଇଥିବାରୁ ରବିବାର ରାତିରେ ମମତା ବରିଷ୍ଠ ପ୍ରଶାସନିକ ଓ ପୋଲିସ ଅଧିକାରୀମାନଙ୍କର ଏକ ଜରୁରୀ ବୈଠକ ଡାକିଥିଲେ। ଅଧିକାରୀମାନଙ୍କୁ ହାଇଆଲର୍ଟରେ ରହିବା ପାଇଁ ମମତା ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାଳୀଘାଟ ବାସଭବନରେ ଅଢ଼େଇ ଘଣ୍ଟା ଧରି ଅନୁଷ୍ଠିତ ଆଲୋଚନାରେ ମମତା କହିଛନ୍ତି, ସିଏଏ ଏବଂ ଏନ୍‌ଆର୍‌ସି ବିରୋଧରେ ଭଙ୍ଗାରୁଜା, ପୋଡ଼ାଜଳା କରୁଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ହେବ। ବୈଠକରେ ମୁଖ୍ୟ ସଚିବ ରାଜୀବ ସିହ୍ନା, ଗୃହ ସଚିବ ଅଲପାନ ବନ୍ଦୋପାଧ୍ୟାୟ, ଡିଜିପି ବୀରେନ୍ଦ୍ର, ଏଡିଜି (ଆଇନ ଶୃଙ୍ଖଳା) ଜ୍ଞାନଓ୍ବନ୍ତ ସିଂ, କୋଲକାତା ପୋଲିସ କମିଶନର ଅନୁଜ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।
ଆମେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ କରୁଥିବାବେଳେ କେତେକ ଧାର୍ମିକ ମୌଳବାଦୀ ଓ ସାମ୍ପ୍ରଦାୟିକ ଚିନ୍ତାଧାରାସମ୍ପନ୍ନ ଦଳ ରାଜ୍ୟରେ ହିଂସା ଉସୁକାଉଛନ୍ତି। ହିଂସାକାରୀଙ୍କୁ ବରଦାସ୍ତ କରାଯିବ ନାହିଁ। ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମମତା କହିଛନ୍ତି। ରାଜଭବନରେ ରାଜ୍ୟପାଳ ଜଗଦୀପ ଧନଖର ଗଣମାଧ୍ୟମକୁ କହିଛନ୍ତି, ଏନ୍‌ଆର୍‌ସି ଏବଂ ସିଏଏକୁ ରାଜ୍ୟରେ ଲାଗୁ କରାଇଦିଆଯିବ ନାହିଁ ବୋଲି ମମତା ଯେଉଁ ବିଜ୍ଞାପନ ଦେଇଛନ୍ତି, ତାକୁ ପ୍ରଥମେ ପ୍ରତ୍ୟାହାର କରନ୍ତୁ। ଜନସାଧାରଣଙ୍କ ଅର୍ଥରେ ଜଣେ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଏପରି ଅସାମ୍ବିଧାନିକ ବିଜ୍ଞାପନ ଦେଇପାରିବେ ନାହିଁ। ଅନ୍ୟପକ୍ଷରେ ପଶ୍ଚିମବଙ୍ଗରେ ଲାଗିରହିଥିବା ବିକ୍ଷୋଭ ବିରୋଧରେ ବିଚାରବିଭାଗୀୟ ତଦନ୍ତ କରାଇବାକୁ ରାଜ୍ୟପାଳଙ୍କୁ କଂଗ୍ରେସ ପକ୍ଷରୁ ପରାମର୍ଶ ଦିଆଯାଇଛି। ବିକ୍ଷୋଭ ବେଳେ ୪ ଜଣଙ୍କ ଜୀବନ ଗଲାଣି। ତେଣୁ ଗୁଆହାଟୀ ହାଇକୋର୍ଟର ଜଣେ ବିଚାରପତିଙ୍କ ଦ୍ୱାରା ଏହାର ତଦନ୍ତ କରାଯାଉ ବୋଲି ଦଳ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri