Posted inଜାତୀୟ

ପଶ୍ଚିମବଙ୍ଗରେ ମୋଦିଙ୍କ ନିର୍ବାଚନୀ ଭାଷଣ

କୋଲକାତା,୧୩ା୧: କେନ୍ଦ୍ରରେ ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ୨୦୨୧ରେ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନଜରରେ ରଖି ଭାଜପା ପାଇଁ ପ୍ରଚାର ଆରମ୍ଭ କରିଥିବା କୁହାଯାଉଛି। ଲୋକ ସଭା ନିର୍ବାଚନ ପରେ ଗୋଟିଏ ପରେ ଗୋଟିଏ ରାଜ୍ୟ ଭାଜପା ହାତରୁ ଖସୁଥିବାବେଳେ ପଶ୍ଚିମବଙ୍ଗରେ କ୍ଷମତା ଦଖଲ ଲାଗି ଦଳ ଜୋର୍‌ଦାର ଉଦ୍ୟମ ଚଳାଇଛି। ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରୁଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସମାଲୋଚନା କରି ପ୍ରଧାନମନ୍ତ୍ରୀ କହିଥିଲେ, ପଶ୍ଚିମବଙ୍ଗ ସରକାର ଆୟୁଷ୍ମାନ ଭାରତ ଏବଂ ପିଏମ୍‌ କିଷାନ ସମ୍ମାନ ନିଧି ଭଳି କେନ୍ଦ୍ରୀୟ ଯୋଜନା କାର୍ଯ୍ୟକାରୀ କରୁନାହାନ୍ତି। ତେବେ ରାଜ୍ୟବାସୀ କେନ୍ଦ୍ରୀୟ ଯୋଜନା ସୁବିଧା ହରାଇବାକୁ ବେଶିଦିନ ବରଦାସ୍ତ କରିବେ ନାହିଁ ବୋଲି ମୋଦି କହିଥିଲେ।
ସିଏଏକୁ ସାରା ଦେଶରେ ବିରୋଧ ଜାରି ରହିଥିବାବେଳେ ଏହା କାହାର ନାଗରିକତ୍ୱ ଛଡାଇନେବା ପାଇଁ ନୁହେଁ ବରଂ ନାଗରିକତ୍ୱ ପ୍ରଦାନ କରିବା ପାଇଁ ବୋଲି ପ୍ରଧାନମନ୍ତ୍ରୀ ଦୋହରାଇଥିଲେ। ଆଇନର ଯଥାର୍ଥତା ସମ୍ପର୍କରେ କହିବାକୁ ଯାଇ ମହାତ୍ମା ଗାନ୍ଧୀଙ୍କ ନାଁ ନେଇଥିଲେ ମୋଦି। ଏହି ଆଇନ ଆଣି ତାଙ୍କ ସରକାର ମହାତ୍ମା ଗାନ୍ଧୀଙ୍କ ସ୍ବପ୍ନକୁ ପୂରଣ କରିଛନ୍ତି। ପାକିସ୍ତାନରେ ବିଦ୍ୱେଷର ସମ୍ମୁଖୀନ ହୋଇଥିବା ଧର୍ମୀୟ ସଂଖ୍ୟାଲଘୁଙ୍କୁ ନାଗରିକତ୍ୱ ପ୍ରଦାନ କରିବା ଗାନ୍ଧିଜୀ ଚାହୁଁଥିଲେ ବୋଲି ପ୍ରଧାନମନ୍ତ୍ରୀ ବେଲୁର ମଠରେ ଉଦ୍‌ବୋଧନ ଦେଇ କହିଛନ୍ତି। ରାମକୃଷ୍ଣ ମିଶନର ମୁଖ୍ୟାଳୟ ବେଲୁର ମଠରେ ପ୍ରଧାନମନ୍ତ୍ରୀ ଶନିବାର ରାତ୍ରିଯାପନ କରିଥିଲେ। ରବିବାର ସକାଳେ ସ୍ବାମୀ ବିବେକାନନ୍ଦଙ୍କ ଜନ୍ମବାର୍ଷିକୀ ତଥା ଅନ୍ତର୍ଜାତୀୟ ଯୁବଦିବସ ଅବସରରେ ସେ ଯୁବଛାତ୍ରମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ସିଏଏକୁ ନେଇ ବିରୋଧୀ
ଦଳଗୁଡ଼ିକ ଯୁବସମାଜକୁ ବିଭ୍ରାନ୍ତ କରୁଛନ୍ତି। ନ୍ୟସ୍ତସ୍ବାର୍ଥକୁ ନେଇ ବିରୋଧୀମାନେ ମିଥ୍ୟା ପ୍ରଚାର ଚଳାଇଥିବା ପ୍ରଧାନମନ୍ତ୍ରୀ ଅଭିଯୋଗ କରିଥିଲେ। ସେ କହିଥିଲେ, ସିଏଏକୁ ନେଇ ବିବାଦ ସାରା ବିଶ୍ୱରେ ପାକିସ୍ତାନର ମୁଖା ଖୋଲିଦେଇଛି। ପାକିସ୍ତାନୀରେ ଧର୍ମୀୟ ସଂଖ୍ୟାଲଘୁମାନଙ୍କ ପ୍ରତି ଅତ୍ୟାଚାର କରାଯାଉଥିବା ବିଶ୍ୱ ଜାଣିବାକୁ ପାଇଛି।
ରବିବାର ଗସ୍ତର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ କୋଲକାତା ବନ୍ଦରକୁ ଜନସଂଘ ପ୍ରତିଷ୍ଠାତା ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ କରିଛନ୍ତି। ଏହାକୁ ବିରୋଧୀ ଦଳଗୁଡ଼ିକ ସମାଲୋଚନା କରିବା ସହ ମୋଦିଙ୍କୁ ଗେମ୍‌ ଚେଞ୍ଜର ନୁହନ୍ତି, ଜଣେ ନେମ୍‌ ଚେଞ୍ଜର ବୋଲି କହିଛନ୍ତି। କେବଳ ନାଁ ବଦଳାଇଦେଲେ ତାହା ବନ୍ଦରର କାର୍ଯ୍ୟଦକ୍ଷତାରେ ଉନ୍ନତି ଆଣିବ ନାହିଁ ବୋଲି ସିପିଆଇ(ଏମ୍‌) କହିଛି। କୋଲକାତା ପୋର୍ଟ ଟ୍ରଷ୍ଟର ୧୫୦ତମ ବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ କହିଥିଲେ, ସ୍ବାଧୀନତା ପରବର୍ତ୍ତୀ ଭାରତର ବିକାଶରେ ଶ୍ୟାମାପ୍ରସାଦ ଏବଂ ବି.ଆର୍‌. ଆମ୍ବେଦଡ଼କରଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥିଲା। ତେବେ ସରକାରରୁ ଇସ୍ତଫା ଦେବା ପରେ ସେମାନଙ୍କ ପ୍ରସ୍ତାବଗୁଡ଼ିକୁ କାର୍ଯ୍ୟକାରୀ କରାଯାଇ ନ ଥିଲା। ଭାରତରେ ଉଦ୍ୟୋଗୀକରଣର ସ୍ରଷ୍ଟା ଶ୍ୟାମାପ୍ରସାଦ ଗୋଟିଏ ରାଷ୍ଟ୍ର ଗୋଟିଏ ସମ୍ବିଧାନ ପାଇଁ ବଳିଦାନ ଦେଇଥିଲେ ବୋଲି ନେତାଜୀ ଇନ୍‌ଡୋର ଷ୍ଟାଡିୟମରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ଯୋଗଦେବା କାର୍ଯ୍ୟକ୍ରମ ଥିଲେ ହେଁ ସେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଏଥିରେ ଯୋଗଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri