Posted inଜାତୀୟ

ପଶ୍ଚିମବଙ୍ଗରେ ସୁରକ୍ଷା ବ୍ୟବସ୍ଥା କଡାକଡି: ୯ଟି ଲୋକ ସଭା ଆସନ ପାଇଁ ୮୦୦ କମ୍ପାନୀ ସୁରକ୍ଷାବଳ

କୋଲକତା, ୧୭।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗରେ ୭ଟି ଯାକ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହେଉଛି। ରାଜ୍ୟର ୪୨ ଆସନ ମଧ୍ୟରୁ ୩୩ଟିରେ ମତଦାନ ଶେଷ ହୋଇଥିବାବେଳେ ରବିବାର ଶେଷ ପର୍ଯ୍ୟାୟରେ ଅବଶିଷ୍ଟ ୯ ଆସନ ଲାଗି ଭୋଟଗ୍ରହଣ କରାଯିବ। ଏଥିସକାଶେ ଗୁରୁବାର ରାତି ୧୦ଟାରେ ପ୍ରଚାର ଶେଷ ହୋଇଛି। ଶେଷ ପଯର୍ଯ୍ୟାୟ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ୮୦୦ରୁ ଉର୍ଦ୍ଧ୍ୱ କମ୍ପାନୀ ସୁରକ୍ଷା ବଳ ମେ ୧୯ ଦିନ ନିୟୋଜିତ ରହିବେ ବୋଲି ଜଣାପଡିଛି। ନିର୍ବାଚନବେଳେ ହିଂସା ଘଟିବାର ସମ୍ଭାବନା ଥିବାରୁ ରାଜ୍ୟପାଳ କେଶରୀନାଥ ତ୍ରିପାଠୀ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଅନ୍ତିମ ପର୍ଯ୍ୟାୟ ର୍ନିବାଚନରେ ଦମ ଦମ, ବରସାତ୍, ବସିରହାଟ, ଜୟନଗର, ମଥୁରାପୁର, ଡାଇମଣ୍ଡ ହାର୍ବର, ଯାଦବପୁର, କୋଲକାତା (ଦକ୍ଷିଣ) ଓ କୋଲକାତା (ଉତ୍ତର) ଆସନରେ ଭୋଟଗ୍ରହଣ କରାଯିବ। ବିବାଦର ସୂତ୍ରପାତ ହୋଇଥିଲା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହଙ୍କ କୋଲକାତା ରୋଡ ଶୋ’ରୁ। ଶାହଙ୍କ ରୋଡ ଶୋ ବେଳେ ଭାଜପା ଏବଂ ଟିଏମସି କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ହିଂସାକାଣ୍ଡ ଯୋଗୁ ନିର୍ବାଚନ କମିଶନ (ଇସି) ନିର୍ଦ୍ଧାରିତ ସମୟର ଦିନକ ପୂର୍ବରୁ ପ୍ରଚାର ଉପରେ କଟକଣା ଜାରି କରିଥିଲେ। ପ୍ରଚାର ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆରୋପ ପ୍ରତ୍ୟାରୋପରେ ପରସ୍ପରକୁ ପୋତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri