Posted inଜାତୀୟ

ପଶ୍ଚିମବଙ୍ଗରେ ସ୍ଲୋଗାନ ଯୁଦ୍ଧ

କୋଲକାତା,୬ା୬: ଲୋକ ସଭା ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ବିବାଦ ଶେଷ ହେବାର ନାଁ ନେଉନାହିଁ। ଏବେ ସ୍ଲୋଗାନକୁ ନେଇ ଦୁଇ ଦଳ ମୁହାଁମୁହିଁ ହୋଇଛନ୍ତି। ଭାଜପାର ଜୟ ଶ୍ରୀରାମ ସ୍ଲୋଗାନକୁ ଟିଏମ୍‌ସି କର୍ମୀ ଜୟ ହିନ୍ଦ୍‌ ଏବଂ ଜୟ ବଙ୍ଗଳା ସ୍ଲୋଗାନ ଦ୍ୱାରା ପ୍ରତିହତ କରିବେ ବୋଲି ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଥିଲେ। ଏବେ ରାମଙ୍କ ପରେ ହିନ୍ଦୁ ଦେବୀ ମା’ କାଳୀଙ୍କୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଅସ୍ତ୍ର କରିଛି। ଫଳରେ ସେଠାରେ ଦେଖାଦେଇଛି ସ୍ଲୋଗାନ ଯୁଦ୍ଧ। ଭାଜପା ପଶ୍ଚିମବଙ୍ଗକୁ ଉତ୍ତର ଭାରତୀୟ ସଂସ୍କୃତି ଆଣୁଥିବା ଟିଏମ୍‌ସି ଅଭିଯୋଗ କରିଛି। ପଶ୍ଚିମବଙ୍ଗର ସବୁଠୁ ଲୋକପ୍ରିୟ ଦେବୀଙ୍କ ପ୍ରଶଂସାରେ ଭାଜପା ନେତାମାନେ ଜୟ ମା’ କାଳୀ ସ୍ଲୋଗାନ ଦେଇପାରିବେ କି ବୋଲି ଟିଏମ୍‌ସି ନେତାମାନେ ସେମାନଙ୍କୁ ପଚାରିବାକୁ ମମତା କହିଛନ୍ତି।
ଅନ୍ୟପକ୍ଷରେ ପଶ୍ଚିମବଙ୍ଗ ଦାୟିତ୍ୱରେ ଥିବା ଭାଜପା ରାଷ୍‌ରୀୟ ସାଧାରଣ ସମ୍ପାଦକ କୈଳାସ ବିଜୟଭର୍ଗୀୟ କହିଛନ୍ତି, ମା’ କାଳୀଙ୍କ ନାଁରେ ସ୍ଲୋଗାନ ଦେବାରେ ଆମର ଅସୁବିଧା କେଉଁଠି। ଆମେ ଜୟ ମା’ କାଳୀ, ଜୟ ବଙ୍ଗଳା, ଜୟ ଦୁର୍ଗା ସହିତ ଜୟ ଶ୍ରୀରାମ କହିବୁ ବୋଲି ସେ କହିଛନ୍ତି। ଜୟ ହିନ୍ଦ୍‌ ଉଚ୍ଚାରଣ କରିବାରେ ଆମେ ଗର୍ବ ଅନୁଭବ କରିବୁ ବୋଲି ଭାଜପା ରାଜ୍ୟ ସଭାପତି ଦିଲୀପ ଘୋଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri