ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ରରେ ଶ୍ରୀଶ୍ରୀ ଦଧିବାମନଙ୍କ ସୁନାବେଶ

ଭଟଲି,୧୩।୭(ଡି.ଏନ୍‌.ଏ): ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଦଧିବାମନ ଧାମରେ ପ୍ରଭୁ ଶ୍ରୀଶ୍ରୀ ଦଧିବାମନଙ୍କ ନବଦିନାମତ୍କ ଗୁଣ୍ଡିଚା ଯାତ୍ରା ସମାପନ ହୋଇଯାଇଛି । ପ୍ରଭୁ ଶ୍ରୀଶ୍ରୀ ଦଧିବାମନ ଶୁକ୍ରବାର ଗୁଣ୍ଡିଚା ମନ୍ଦିରରୁ ବାହୁଡ଼ି ରାତିରେ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ ।ଅଭିମାନିନୀ ମହାଲକ୍ଷ୍ମୀ ଅଭିମାନ କରି ବାଟ ଓଗାଳି ଥିଲେ ସୁଦ୍ଧା ବୁଝାଶୁଝା ପରେ ଜୟବିଜୟ ଦ୍ୱାର ଉନ୍ମୁକ୍ତ କରିଥିଲେ। ଏହାପରେ ପ୍ରଭୁ ରତ୍ନସିଂହାସନରେ ବିଜେ କରିଥିଲେ ।ତେବେ ଶନିବାର ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଠାକୁର ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଛନ୍ତି । ଏଥିପାଇଁ ଶନିବାର ପ୍ରତ୍ୟୁଷରୁ ପ୍ରଭୁଙ୍କୁ ଦୈନିକ ପୂଜାନୀତି ସମାପନ ପରେ ତାଙ୍କୁ ମନ୍ଦିର ପୁରୋହିତମାନେ ବିଭିନ୍ନ ସୁନା ଅଳଙ୍କାର ଯଥା ସୁନା ମୁକୁଟ, ସୁନା ପଇତା, ସୁନା ଭୁଜ, ସୁନା ଲଲାଟ ପାଟି, ସୁନା ମଥାମଣି ଓ ସୁନା ଟିକିଲି ଆଦି ଲାଗି କରିଥିଲେ। ପ୍ରଭୁ ବର୍ଷକରେ ପାଞ୍ଚଥର ସୁନାବେଶ ହେଉଥିଲେ ସୁଦ୍ଧା ଏହି ବାହୁଡ଼ାଯାତ୍ରାର ପରଦିନ ତଥା ଏକାଦଶୀ ତିଥିର ସୁନାବେଶର ବିଶେଷ ମାହାତ୍ମ୍ୟ ରହିଥିବାରୁ ଏହି ବେଶ ଦର୍ଶନ ଲାଗି ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର ସମେତ ପଡ଼ୋଶୀ ଛତିଶଗଡ଼ ରାଜ୍ୟର ବିଭିନ୍ନ ସ୍ଥାନରୁ ସହସ୍ରାଧିକ ଭକ୍ତଙ୍କ ସମାଗମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri