ପହଞ୍ଚତ୍ଲା ରଥ ଦଉଡ଼ି

ପୁରୀ ଅଫିସ, ୭ା୬: ଆସନ୍ତା ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ କାମ ଆଗେଇ ଚାଲିଥିବାବେଳେ ଦୁଇଟି ରଥଯାତ୍ରା ସମନ୍ବୟ କମିଟି ବୈଠକ ସରିଲାଣି। ଆସନ୍ତା ୧୩ ତାରିଖରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ତୃତୀୟ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହେବ। ତେବେ ଶ୍ରୀମନ୍ଦିର ପ୍ରଶାସନ ରଥଯାତ୍ରା ପାଇଁ ଆବଶ୍ୟକ ସାମଗ୍ରୀ ଯୋଗାଡ଼ କରିବାରେ ଲାଗିଛି। ଇତିମଧ୍ୟରେ ଶୁକ୍ରବାର ଘୋଷଯାତ୍ରା ପାଇଁ ଦରକାର ହେଉଥିବା ରଥ ଦଉଡ଼ି ପୁରୀରେ ପହଞ୍ଚତ୍ଛି। ତିନିରଥ ପାଇଁ ଆବଶ୍ୟକ ୧୨ଟି ଟଣା ଦଉଡ଼ି ସହିତ ୩ଟି କର୍ଡନ (ଘେର) ଦଉଡ଼ି ମଧ୍ୟ ଆସିଛି। ଚନ୍ଦନପୁର ନିକଟସ୍ଥ ବୀରପ୍ରତାପପୁରଠାରେ ଥିବା ଓଡ଼ିଶା କତା ନିଗମର କାର୍ଯ୍ୟାଳୟରୁ ଏହି ଦଉଡ଼ି ଏକ ଗାଡିରେ ଆସି ଅପରାହ୍ନରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲା। ଶ୍ରୀମନ୍ଦିରର ତତ୍ତ୍ବାବଧାରକ ସୁଦର୍ଶନ ମେକାପଙ୍କ ଦାୟିତ୍ୱରେ ଏହି ଦଉଡ଼ି କାର୍ଯ୍ୟାଳୟରେ ରଖାଯାଇଛି।
ତତ୍ତ୍ବାବଧାରକ ମେକାପ କହିଛନ୍ତି ଯେ, ଚଳିତବର୍ଷ ରଥଯାତ୍ରା ଲାଗି ଓଡ଼ିଶା କତା ନିଗମକୁ ୧୨ଟି ଟଣା ଦଉଡ଼ି ଏବଂ ୩ଟି ଘେର ଦଉଡ଼ି ଯୋଗାଇଦେବା ଲାଗି ଅର୍ଡର ଦିଆଯାଇଥିଲା। ସେମାନେ ଦଉଡି ଯୋଗାଇ ଦେଇଛନ୍ତି। ଗୋଟିଏ ଟଣା ଦଉଡ଼ିର ଲମ୍ବ ୨୨୦ ଫୁଟ ଏବଂ ମୋଟେଇ ୮ ଇଞ୍ଚ ରହିଥିବା ବେଳେ ଘେର ଦଉଡ଼ି ଗୋଟିଏର ଲମ୍ବ ୪୫୦ ଫୁଟ ଏବଂ ମୋଟେଇ ୩ ଇଞ୍ଚ ରହିଛି। ତେବେ ଚଳିତବର୍ଷ ରଥଯାତ୍ରା ପାଇଁ ଟଣା ଦଉଡ଼ି ଏବଂ ଘେର ଦଉଡ଼ି ଷ୍ଟକ୍‌ ରହିଛି ବୋଲି ମେକାପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri