ପହଣ୍ଡିରେ ସାମିଲ ଦଇତା ସେବକଙ୍କର କରୋନା ଟେଷ୍ଟ ହେଉ: ନିଯୋଗ ସଭାପତି

ପୁରୀ ଅଫିସ, ୨୫।୫: ଆସନ୍ତା ଜୁନ୍‌ ୫ରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ସର୍ବନିମ୍ନ ସେବକଙ୍କ ତାଲିକା ଦେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୧୦ ନିଯୋଗଙ୍କୁ ଚିଠି କରାଯାଇଥିଲା। ତେଣୁ ଦଇତାପତି ନିଯୋଗ ପକ୍ଷରୁ ଏ ନେଇ ଏକ ବୈଠକ ବସି ସ୍ନାନ ଯାତ୍ରାରେ ୧୫୦ଜଣ ଦଇତାପତି ସେବକ ସାମିଲ ହେବେ ବୋଲି ନିଷ୍ପତ୍ତି ହୋଇଛି। ଏ ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ନିଯୋଗ ସଭାପତି ରବୀନ୍ଦ୍ର ଦାସମାହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଶ୍ରୀଜଗନ୍ନାଥଙ୍କ ପହଣ୍ଡିରେ ୬୦ଜଣ, ବଳଭଦ୍ରଙ୍କ ପହଣ୍ଡିରେ ୫୦, ଦେବୀ ସୁଭଦ୍ରାଙ୍କ ପହଣ୍ଡିରେ ୩୦ ଏବଂ ସୁଦର୍ଶନଙ୍କ ପହଣ୍ଡିରେ ୧୦, ଏହିପରି ମୋଟ ୧୫୦ଜଣ ଦଇତାପତି ସାମିଲ ହେବେ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନକୁ ୧୫୦ ଦଇତାପତିଙ୍କର ତାଲିକା ପଠାଯାଇଥିବା ସେ ସୂଚନା ଦେଇଛନ୍ତି। ପହଣ୍ଡିରେ ସାମିଲ ସେବକଙ୍କର କରୋନା ଟେଷ୍ଟ କରାଯାଉ। କିନ୍ତୁ ଅନ୍ୟ ସହ ଦଇତାପତିଙ୍କ କରୋନା ଟେଷ୍ଟର କୌଣସି ଆବଶ୍ୟକତା ନାହିଁ ବୋଲି ଦାସମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri