ପାଇକ ବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି: କହିଲେ ‘ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ’

ଖୋର୍ଦ୍ଧା ଅଫିସ,୮।୧୨: ବରୁଣେଇ ପାଦ ଦେଶରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଓଡ଼ିଆରେ ଜୟ ଜଗନ୍ନାଥ କହି ଉଦ୍‌ବୋଧନ ଆରମ୍ଭ କରି କହିଲେ ପାଇକ ସଂଗାମ ହେଉଛି ଭାରତର ଗର୍ବ ଓ ଗୌରବର ସ୍ମାରକୀ। ଏହା ପରବର୍ତ୍ତୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ସାଜିବ। ସ୍ବାଭିମାନୀ ପାଇକଙ୍କ ବୀରତ୍ୱ ଗାଥାର ପ୍ରତୀକ ପାଲଟିବ। ଓଡ଼ିଶାର ଐତିହ୍ୟ ଓ କଳା ସାରା ଦେଶରେ ପରିଚିତ। ଉତ୍କଳ ଜନନୀର ଶକ୍ତି ଚଣ୍ଡାଶୋକକୁ ଧର୍ମାଶୋକ କରିଥିଲା ବୋଲି ରାଷ୍ଟ୍ରପତି କହିଛନ୍ତି। ସେହିଭଳି ଉତ୍କଳମଣି ଗୋପବନ୍ଧୁ, ପୂର୍ବତନ ମୂଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ରାଷ୍ଟ୍ରପତି ସ୍ମରଣ କରିଛନ୍ତି। ଏଥିସହ ଉତ୍କଳର ଉତ୍କର୍ଷ କଳା, ସ୍ବାଭିମାନୀ ଜାତି ଓ ପରମ୍ପରାର ପ୍ରଂଶସା କରି ନବ ଭାରତର ନିର୍ମାଣ ପାଇଁ ରାଷ୍ଟ୍ରପତି ଆହ୍ବାନ ଦେଇଛନ୍ତି।

ଏହି ଅବସରରେ ପାଇକ ବିଦ୍ରୋହ ରାଜ୍ୟ ତଥା ଦେଶ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ଆନ୍ଧ୍ରପାଳ ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନ କହିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ, ଓଡ଼ିଆ ଜାତି ସ୍ବାଭିମାନୀ ଓ ବୀରତ୍ୱର ପ୍ରତୀକ। ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ବାଧିନତା ସଂଗ୍ରାମ। ତେବେ ବକ୍ସି ଜଗବନ୍ଧୁଙ୍କ ନାଁରେ ସ୍ବତନ୍ତ୍ର ଟ୍ରେନ ଚଳାଇବାର ବ୍ୟବସ୍ଥା କରିବାକୁ ରାଷ୍ଟ୍ରପତିଙ୍କୁ ଅନୁରୋଧ କରିଥିଲେ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ପାଇକ ବିଦ୍ରୋହ ହେଉଛି ଭାରତର ପ୍ରଥମ ସ୍ବାଧିନତା ସଂଗ୍ରାମ, ଯାହାକି ବ୍ରିଟିଶ ବିରୋଧୀ ଆନ୍ଦୋଳନର ମୂଳଦୂଆ ପକାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତଙ୍କ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri