ପାଇକାରୀ ମୁଦ୍ରାସ୍ଫୀତି ହାର ୧.୦୮%ରେ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୧୭-୯: ଅଗଷ୍ଟରେ ପାଇକାରୀ ମୂଲ୍ୟ ସୂଚକାଙ୍କ ଆଧାରିତ ମୁଦ୍ରାସ୍ଫୀତି ପ୍ରାୟ ୨୫ ମାସର ସର୍ବନିମ୍ନ ସ୍ତର ୧.୦୮%ରେ ଅପରିବର୍ତ୍ତିତ ରହିଛି। ଜୁଲାଇ ମୁକାବିଲାରେ ଏଥିରେ କୌଣସି ପରିବର୍ତ୍ତନ ହୋଇନାହିଁ। ବର୍ଷକ ପୂର୍ବେ ସମାନ ଅବଧିରେ ଅର୍ଥାତ୍‌ ୨୦୧୮ ଅଗଷ୍ଟରେ ପାଇକାରୀ ମୁଦ୍ରାସ୍ଫୀତି ହାର ୪.୬୨% ରହିଥିଲା। ସରକାରଙ୍କ ପକ୍ଷରୁ ପୂର୍ବରୁ ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ ଖୁଚୁରା ମୁଦ୍ରାସ୍ଫୀତି ସାମାନ୍ୟ ବୃଦ୍ଧି ପାଇ ୩.୨୧% ହୋଇଛି। ସୋମବାର ଜାରି ପାଇକାରୀ ମୁଦ୍ରାସ୍ଫୀତି ତଥ୍ୟ ଅନୁଯାୟୀ ଖାଦ୍ୟପଦାର୍ଥ ସୂଚକାଙ୍କ ୧.୪% ବୃଦ୍ଧି ପାଇଛି। ମସଲା, କେତେକ ଡାଲି ଜାତୀୟ ଖାଦ୍ୟସାମଗ୍ରୀ ମୂଲ୍ୟ ୪% ବଢ଼ିଥିବା ବେଳେ ଫଳ ଓ ପନିପରିବା ଏବଂ ପର୍କ ମାଂସ ଦର ୩%, ମାଛ,ଗହମ,ମକା, ବିଫ୍‌ ଆଦି ମୂଲ୍ୟ ୨%,କ୍ଷିର, ରାଜମା, ଧାନ, ମଟନ ଦରରେ ୧% ବୃଦ୍ଧି ଦେଖିବାକୁ ମିଳିଛି। ତେବେ ଅଣ୍ଡା ମୂଲ୍ୟ ୭%, ଚା’ପତ୍ର ମୂଲ୍ୟ ୨% ଏବଂ ଚିକେନ ମୂଲ୍ୟ ୧% ହ୍ରାସ ପାଇଛି। ଜୁଲାଇରେ ପାଇକାରୀ ମୁଦ୍ରାସ୍ଫୀତି ୧.୦୮% ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri