ଯୁଦ୍ଧ ବିମାନ ଉଡାଇବେ କଙ୍ଗନା!

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କଙ୍ଗନା ରନାଓ୍ବତ ଭିନ୍ନ ଭିନ୍ନ ଚରିତ୍ରରେ ଅଭିନୟ କରି ଦର୍ଶକଙ୍କ ମନମୋହିଥାନ୍ତି। ଏବେ ପୁଣି ତାଙ୍କୁ ଏକ ଭିନ୍ନ ଚରିତ୍ରରେ ଦେଖିବାକୁ ମିଳିବ। କଙ୍ଗନାଙ୍କ ଅପ୍‌ କମିଂ ଫିଲ୍ମ ‘ତେଜସ୍‌’ରେ ସେ ଏୟାରଫୋର୍ସ ପାଇଲଟ୍‌ ଚରିତ୍ରରେ ନଜର ଆସିବେ। ସୋମବାର ଫିଲ୍ମର ପୋଷ୍ଟର ସହ କଙ୍ଗନାଙ୍କ ଫାଷ୍ଟ ଲୁକ୍‌ ସାମ୍ନାକୁ ଆସିଛି। କଙ୍ଗନା ସୋସିଆଲ ମିଡିଆରେ ଏନେଇ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ କଙ୍ଗନା ସେନା ପୋଷାକରେ ତେଜସ୍‌ ପାଖରେ ଠିଆହୋଇଥିବା ଦେଖିବାକୁ ମିଳିଛି। ଏଥିରେ ପାଇଲଟ୍‌ ଗେଟ୍‌ଅପ୍‌ରେ କଙ୍ଗନା ବେଶ୍‌ ସୁନ୍ଦର ଦେଖାଯାଉଥିବା ବେଳେ ତାଙ୍କର ଏହି ଅବତାରକୁ ପ୍ରଂଶସକ ବେଶ୍‌ ପସନ୍ଦ କରିଛନ୍ତି। ଏହି ଫିଲ୍ମରେ ନିର୍ଦ୍ଦେଶନା ଭାର ସର୍ବେଶ ମଓ୍ବୋଡା ତୁଲାଇଥିବା ବେଳେ ପ୍ରଯୋଜନା କରିଛନ୍ତି ରୋନି ସ୍କ୍ରୁଓ୍ବାଲା। ଏହାର ଶୁଟିଂ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଏହି ଚରିତ୍ର ତାଙ୍କ ପାଇଁ ବହୁ ଚ୍ୟାଲେଞ୍ଜିଂ ରହିବ। ଏଥିପାଇଁ ସେ ପ୍ରୋଫେସନାଲ୍‌ ଟ୍ରେନରଠାରୁ ଟ୍ରେନିଂ ନେଉଛନ୍ତି। ନିକଟରେ ରିଲିଜ୍‌ ହୋଇଥିବା ‘ପଙ୍ଗା’ ଫିଲ୍ମରେ ମଧ୍ୟ ଏକ ଭିନ୍ନ ଚରିତ୍ରରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ। ଅପରପକ୍ଷେ ଜୁନ୍‌ରେ ରିଲିଜ୍‌ ହେବାକୁ ଥିବା ଫିଲ୍ମ ‘ଥଲାଇବି’ରେ ମଧ୍ୟ ତାଙ୍କ ଅଭିନୟ ଦେଖିବାକୁ ମିଳିବ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜୟଲଳିଥାଙ୍କ ଜୀବନି ଉପରେ ଆଧାରିତ ହୋଇଥିବା ଏହି ଫିଲ୍ମରେ ସେ ମୁଖ୍ୟମନ୍ତ୍ରୀ ଚରିତ୍ରରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri