Posted inଖେଳ

ପାକିସ୍ତାନ କ୍ରିକେଟର୍‌ଙ୍କ ସହ ଡିନର୍‌ କଲେ ଭାରତୀୟ ଟ୍ୟାକ୍ସି ଡ୍ରାଇଭର

ବ୍ରିସବେନ, ୨୫।୧୧- ଅଷ୍ଟ୍ରେଲିଆ ଗସ୍ତରେ ଥିବା ପାକିସ୍ତାନ କ୍ରିକେଟ ଦଳର କିଛି ଖେଳାଳି ଜଣେ ଭାରତୀୟ ଟ୍ୟାକ୍ସି ଡ୍ରାଇଭରଙ୍କ ସହ ମିଶି ଏକାଠି ଡିନର କରିଛନ୍ତି। ଯାହା ଏବେ ବେଶ୍‌ ଚର୍ଚ୍ଚାରେ ରହିଛି। ବ୍ରିସବେନରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଘରୋଇ ଅଷ୍ଟ୍ରେଲିଆ ଏକ ଇନିଂସ ଓ ୫ ରନରେ ପାକିସ୍ତାନକୁ ପରାସ୍ତ କରିଥିଲା। ଏହି ମ୍ୟାଚ୍‌ ଅବସରରେ ପାକିସ୍ତାନ ଦଳର ୩ କ୍ରିକେଟର୍‌ ଶାହୀନ ଆଫ୍ରିଦୀ, ୟାସିର ଶାହ ଓ ନସୀମ ଶାହ ରାତ୍ରି ଭୋଜନ ପାଇଁ ବାହାରକୁ ଯାଇଥିଲେ। ଏହି ସମୟରେ ଜଣେ ଭାରତୀୟ ଟ୍ୟାକ୍ସି ଡ୍ରାଇଭର ୩ ପାକିସ୍ତାନ କ୍ରିକେଟର୍‌ଙ୍କୁ ଏକ ଭାରତୀୟ ରେଷ୍ଟୁରାଣ୍ଟକୁ ନେଇଥିଲେ। ଏହାପରେ ସେହି ଟ୍ୟାାକ୍ସି ଡ୍ରାଇଭର ପାକିସ୍ତାନ ଖେଳାଳିଙ୍କ ନିକଟରୁ ଗାଡ଼ି ଭଡ଼ା ନେବାକୁ ମନା କରିଦେଇଥିଲେ। ଫଳରେ ପାକିସ୍ତାନ କ୍ରିକେଟର୍‌ମାନେ ରାତ୍ରିଭୋଜନ ପାଇଁ ସେହି ଟ୍ୟାକ୍ସି ଡ୍ରାଇଭରଙ୍କୁ ନିମନ୍ତ୍ରଣ କରିଥିଲେ ଓ ପରେ ଏକାଠି ଖାଇଥିଲେ। ଏହି ଘଟଣାକୁ ଏବିସି ରେଡିଓର ଉପସ୍ଥାପିକା ଆଲିସନ ମିଚେଲ ମ୍ୟାଚ୍‌ ସମୟରେ ସାଥୀ ଭାଷ୍ୟକାର ତଥା ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ମିଚେଲ ଜନସନଙ୍କ ସାମ୍ନାରେ ବଖାଣିଛନ୍ତି। ସଂଯୋଗକ୍ରମେ ସେହି ଭାରତୀୟ ଟ୍ୟାକ୍ସି ଡ୍ରାଇଭର ଆଲିସନଙ୍କୁ ଷ୍ଟାଡିୟମରେ ଛାଡ଼ିଥିଲେ। କାରରେ ଆସିବା ସମୟରେ ଡ୍ରାଇଭର ଜଣଙ୍କ ପାକିସ୍ତାନ ଖେଳାଳିଙ୍କ ସହ କିପରି ଏକାଠି ଡିନର କରିଥିଲା ତାହା ଆଲିସନଙ୍କୁ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri