Posted inଖେଳ

ପାକିସ୍ତାନ ଚୟନକର୍ତ୍ତା କିମ୍ବା ଟିମ୍‌ ମ୍ୟାନେଜର ହୋଇପାରନ୍ତି ମହସିନ

କରାଚୀ, ୨୪ା୬ (ପି.ଟି.)-ପୂର୍ବତନ ଟେଷ୍ଟ ବ୍ୟାଟ୍ସମ୍ୟାନ ଏବଂ ମୁଖ୍ୟ କୋଚ୍‌ ମହସିନ ହସନ ଖାଁ ପାକିସ୍ତାନ କ୍ରିକେଟରେ ପୁଣି କୌଣସି ଗୁରୁତ୍ୱପୂର୍ଣ୍ଣ ପଦବୀକୁ ଫେରିପାରନ୍ତି। ଚଳିତ ଆଇସିସି ବିଶ୍ୱକପ୍‌ ପରେ ସେ ମୁଖ୍ୟ ଚୟନକର୍ତ୍ତା କିମ୍ବା ଜାତୀୟ ଟିମ୍‌ ମ୍ୟାନେଜର ପଦବୀରେ ନିଯୁକ୍ତି ପାଇପାରନ୍ତି। ୨୦୧୨ରେ ମୁଖ୍ୟ କୋଚ୍‌ ଏବଂ ମୁଖ୍ୟ ଚୟନକର୍ତ୍ତା ରହିଥିବା ମହସିନ୍‌ ନିକଟରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କ୍ରିକେଟ କମିଟି ମୁଖ୍ୟ ପଦବୀରୁ ଓହରିଯାଇଛନ୍ତି। ୬୪ ବର୍ଷୀୟ ମହସିନ ଜାତୀୟ ଦଳର କାମଚଳା କୋଚ୍‌ ଥିବାବେଳେ ବାଂଲାଦେଶ, ଶ୍ରୀଲଙ୍କା ଏବଂ ଇଂଲଣ୍ଡ ବିପକ୍ଷରେ ପାକିସ୍ତାନ ଟେଷ୍ଟ ସିରିଜ ଜିତିପାରିଥିଲା। ୨୦୧୨ ପ୍ରଥମ ଭାଗରେ ୟୁଏଇରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ କ୍ଲିନ୍‌ ସୁଇପ୍‌ ବିଜୟ ହାସଲ କରିଥିଲା। ଏହା ସତ୍ତ୍ୱେ ଜାକା ଅଶ୍ରଫ୍‌ ପିସିବି ଚେୟାରମ୍ୟାନ ପଦବୀରେ ଅଧିଷ୍ଠିତ ହେବା ପରେ ମହସିନଙ୍କ ସ୍ଥାନରେ ବିଦେଶୀ କୋଚ୍‌ ଡେଭ୍‌ ହ୍ବାଟମୋର୍‌ ନିଯୁକ୍ତି ପାଇଥିଲେ। ବିଶ୍ୱକପ୍‌ ପରେ ପାକିସ୍ତାନ ଦଳ ଏବଂ ସହଯୋଗୀ ଷ୍ଟାଫ୍‌ଙ୍କ ୩ବର୍ଷର ପ୍ରଦର୍ଶନକୁ ନେଇ ସମୀକ୍ଷା କରାଯିବା ସହ ଖରାପ ପ୍ରଦର୍ଶନର କାରଣର ତଦନ୍ତ କରାଯିବ ବୋଲି ପିସିବି ଘୋଷଣା କରିଛି। ବର୍ତ୍ତମାନ ଅଧିକ କ୍ଷମତାଶାଳୀ ହୋଇଥିବା ମ୍ୟାନେଜିଂ ଡାଇରେକ୍ଟର ତଥା କ୍ରିକେଟ କମିଟି ମୁଖ୍ୟ ଓ୍ବାସିମ ଖାଁ ପିସିବିରେ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ବିଶ୍ୱକପ୍‌ ପରେ ସେ ଏକ ନୂଆ ସିଲେକ୍ସନ କମିଟି ଏବଂ ଟିମ୍‌ ମ୍ୟାନେଜମେଣ୍ଟ ଘୋଷଣା କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri