Posted inଖେଳ

ପାକିସ୍ତାନ ବିପକ୍ଷ ଡେଭିସ କପ୍‌ ମ୍ୟାଚ ନିରପେକ୍ଷ; ଭେନ୍ୟୁ କଥା ଉଠାଇବ ଏଆଇଟିଏ

ନୂଆଦିଲ୍ଲୀ, ୧୯ା୮(ପି.ଟି.)-ଇସ୍‌ଲାମାବାଦ୍‌ଠାରେ ଖେଳାଯିବାକୁଥିବା ପାକିସ୍ତାନ ବିପକ୍ଷ ଡେଭିସ୍‌ କପ୍‌ ମ୍ୟାଚକୁ ଏକ ନିରପେକ୍ଷ ଭେନ୍ୟୁରେ କରାଇବା କେତେ ଜରୁରି ତାହା ସର୍ବଭାରତୀୟ ଟେବୁଲ ଟେନିସ ଆସୋସିଏଶନ (ଏଆଇଟିଏ) ଅନ୍ତର୍ଜାତୀୟ ଟେନିସ ମହାସଂଘ (ଆଇଟିଏଫ୍‌)କୁ ହୃଦ୍‌ବୋଧ କରିବା ଲାଗି ଚେଷ୍ଟା କରିବ। ଟିମ୍‌ ଅଧିନାୟକ ମହେଶ ଭୂପତି ସୋମବାର ଟେଲି-କନସଲ୍‌ଟେଶନରେ ପ୍ରମୁଖ ଭୂମିକା ଗ୍ରହଣ କରିବେ। ଭାରତୀୟ ପ୍ରଦେଶ ଜମ୍ମୁ-କଶ୍ମୀର ଉପରୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରତ୍ୟାହାରକୁ ନେଇ ଭାରତ ସହିତ ପାକିସ୍ତାନର କୂଟନୈତିକ ସମ୍ପର୍କରେ ତିକ୍ତତା ଦେଖାଦେଇଛି। ସେପ୍ଟେମ୍ବର ୧୪ ଓ ୧୫ରେ ଖେଳାଯିବାକୁ ଥିବା ମ୍ୟାଚ ଲାଗି ଭାରତ ଏହାର ଶ୍ରେଷ୍ଠ ଦଳ ମନୋନୀତ କରିଛି। ଜମ୍ମୁ-କଶ୍ମୀର ଏକ କେନ୍ଦ୍ର ଶାସିତ ଅଞ୍ଚରେ ପରିଣତ ହେବାପରେ ପାକିସ୍ତାନ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଦେଶ ଛାଡ଼ି ଚାଲିଯିବା ଲାଗି କହିଛି। ଗୁଡ୍‌ ଓ୍ବିଲ ଟ୍ରେନ୍‌ ସେବାକୁ ବନ୍ଦ ରଖିଛି। ଭାରତ ବିରୋଧରେ ଉତ୍ତେଜନାମୂଳକ ମନ୍ତବ୍ୟ ଦେବା ସହ ଏହି ପ୍ରସଙ୍ଗରେ ଅନ୍ତର୍ଜାତୀୟ ସମର୍ଥନ ଯୋଗାଡ଼ କରିବାରେ ଲାଗିିପଡ଼ିଛି। ଉତ୍ତେଜନା ସତ୍ତ୍ୱେ ଏକ ଦ୍ୱିପାକ୍ଷିକ ସିରିଜରେ ହସ୍ତକ୍ଷେପ କରିବ ନାହିଁ ବୋଲି ଭାରତର କ୍ରୀଡ଼ା ମନ୍ତ୍ରଣାଳୟ ସ୍ପଷ୍ଟ କରିଛି। ତେଣୁ ନିରପେକ୍ଷ ଭେନ୍ୟୁ ପାଇଁ ଆଇଟିଏଫ୍‌କୁ ରାଜି କରାଇବା କଷ୍ଟକର ବ୍ୟାପାର ହୋଇପଡ଼ିଛି। ଏଣେ ବର୍ତ୍ତମାନ ଭେନ୍ୟୁ ପରିବର୍ତ୍ତନ କରିବା ଲାଗି କୌଣସି ପରିସ୍ଥିତି ସୃଷ୍ଟି ହୋଇଥିବା ଅନୁଭବ କରାଯାଉନାହିଁ ବୋଲି ଆଇଟିଏଫ୍‌ ଦୃଢତାର ସହିତ କହୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri