Posted inଜାତୀୟ

ପାକିସ୍ତାନ ଯିବା ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ଼,୭।୧୧: ପଞ୍ଜାବର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ଗୁରୁବାର ବିଦେଶ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଛନ୍ତି। ଏହି ଚିଠି ମାଧ୍ୟମରେ କରତ୍ତାରପୁର କରିଡର ସମାରୋହରେ ସାମିଲ ହେବାକୁ ପାକିସ୍ତାନ ଯିବା ପାଇଁ ସେ ଅନୁମତି ମାଗିଛନ୍ତି। ସୂଚନାଯୋଗ୍ୟ, କରତ୍ତାରପୁର କରିଡର ସମାରୋହ ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ସିଦ୍ଧୁଙ୍କୁ ଆମନ୍ତ୍ରଣ କରିଥିଲେ। ପୂର୍ବରୁ ଏନେଇ ବୈଦେଶିକ ମନ୍ତ୍ରୀ ଏ.ସ୍‌ ଜୟଶଙ୍କରଙ୍କୁ ସିଦ୍ଧୁ ଚିଠି ଲେଖିଥିବା ବେଳେ କୌଣସି ଜବାବ ମିଳି ନ ଥିଲା। ତେବେ ତୃତୀୟ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ଉଦ୍‌ଘାଟନରେ ଯିବା ପାଇଁ ବାରମ୍ବାର ସରକାରଙ୍କୁ ଅବଗତ କରାଇଥିବା ବେଳେ ତାଙ୍କ ପକ୍ଷରୁ କୌଣସି ଜବାବ ଆସୁନାହିଁ। ସେ ଉଦ୍‌ଘାଟନରେ ସାମିଲ ହେବେ ନା ନାହିଁ ସେନେଇ ସରକାର ସ୍ପଷ୍ଟ କରନ୍ତୁ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri