Posted inଖେଳ

ପାକିସ୍ତାନ ଯିବି ନାହିଁ: ମୁଶଫିକର

ଢାକା,୨୮।୨- ବାଂଲାଦେଶ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ମୁଶଫିକର ରହିମ ପାକିସ୍ତାନ ଗସ୍ତ କରିବାକୁ ମନା କରି ଦେଇଛନ୍ତି। ବାଂଲାଦେଶ ଦଳ ପାକିସ୍ତାନ ଗସ୍ତର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ଗୋଟିଏ ଦିନିକିଆ ମ୍ୟାଚ୍‌ ସହ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳିବ। ଏଥି ଲାଗି ବାଂଲାଦେଶ କ୍ରିକେଟ ବୋର୍ଡ (ବସିବି) ଦଳର ସିନିୟର ଖେଳାଳିଙ୍କୁ ନିଜ ନିଷ୍ପତ୍ତି ଉପରେ ପୁନଃ ବିଚାର କରିବାକୁ କହିଥିଲା। ତାଙ୍କୁ ସାଥି ଖେଳାଳି ମେହମୁଲା ଓ ଦଳର ଅନ୍ୟ ସଦସ୍ୟମାନେ ମଧ୍ୟ ପରାମର୍ଶ ଦେଇଥିଲେ। କିନ୍ତୁ ରହିମ ପାକିସ୍ତାନ ଗସ୍ତ କରିବେ ନାହିଁ ବୋଲି ରୋକଠକ ମନା କରି ଦେଇଛନ୍ତି। ପ୍ରଥମ ଦୁଇ ପର୍ଯ୍ୟାୟରେ ରହିମ ପାକିସ୍ତାନ ଗସ୍ତ କରି ନ ଥିଲେ। ଉକ୍ତ ଦୁଇ ପର୍ଯ୍ୟାୟରେ ବାଂଲାଦେଶ ଓ ପାକିସ୍ତାନ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଓ ଏକ ଟେଷ୍ଟ ମ୍ୟାଚ୍‌ ଖେଳାଯାଇଥିଲା। ମୁଁ ପାକିସ୍ତାନ ଗସ୍ତ କରିବି ନାହିଁ ବୋଲି ନିଷ୍ପତ୍ତି ନେଇଥିଲେ। ଏଥିରେ କୌଣସି ପରିବର୍ତ୍ତନ ହେବାର ନାହିଁ। ଆଉ ମୋ ନିଷ୍ପତ୍ତିକୁ ବିସିବି ଗ୍ରହଣ କରି ନେଇଛି। ମୋତେ ପିଏସ୍‌ଏଲରେ ଖେଳିବା ଲାଗି ପ୍ରସ୍ତାବ ଦିଆଯାଇଥିଲା। କିନ୍ତୁ ମୁଁ ମନା କରିଥିଲ। ବର୍ତ୍ତମାନ ପରିସ୍ଥିତି ଜାଣିବା ପରେ ମଧ୍ୟ ମୋ ନିଷ୍ପତ୍ତିରେ ପରିବର୍ତ୍ତନ କରିନାହିଁ। ଆଉ ଏହା ଭବିଷ୍ୟତରେ ମଧ୍ୟ ମୋ ନିଷ୍ପତ୍ତିରେ ଅଟଳ ରହିବି। ଯେଉଁମାନେ ଗସ୍ତ କରୁଛନ୍ତି, ସେମାନଙ୍କୁ ମୋର ଶୁଭକାମନା ବୋଲି ମୁଶଫିକର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?