Posted inଖେଳ

ପାକିସ୍ତାନ-ଶ୍ରୀଲଙ୍କା ସିରିଜ୍‌: ମ୍ୟାଚ୍‌ ରେଫରି ଡେଭିଡ ବୁନ

କରାଚୀ,୨୧।୯: ଆସନ୍ତା ୨୭ ତାରିଖରୁ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ୍‌ ଖେଳାଯିବ। ଏହି ସିରିଜ୍‌ ଲାଗି ଆଇସିସି ଅଷ୍ଟ୍ରେଲିଆର ଡେଭିଡ୍‌ ବୁନଙ୍କୁ ମ୍ୟାଚ୍‌ ରେଫରି ନିଯୁକ୍ତ କରିଛି। ଆଇସିସି ରେଫରିଙ୍କ ମଧ୍ୟରେ ୫୮ ବର୍ଷୀୟ ବୁନ ସବୁଠୁ ଅଭିଜ୍ଞ। ସେ ଏପର୍ଯ୍ୟନ୍ତ ୧୩୫ ଦିନିକିଆ ଓ ୫୧ ଟି୨୦ ମ୍ୟାଚ୍‌ରେ ରେଫରି ଦାୟିତ୍ୱ ସମ୍ଭାଳି ସାରିଛନ୍ତି। ସେ ଅଷ୍ଟ୍ରେଲିଆ ପାଇଁ ୧୯୮୪ରୁ ୧୯୯୬ ପର୍ଯ୍ୟନ୍ତ ୧୦୭ ଟେଷ୍ଟ ଓ ୧୮୧ ଦିନିକିଆ ଖେଳିଥଲେ। ଆଇସିସି ପକ୍ଷରୁ ଜୋଏଲ ଓ୍ବିଲସନ ଓ ମାଇକେଲ ଗଫଙ୍କୁ ସିରିଜ୍‌ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଏହା ବ୍ୟତୀତ ପିସିବି ଏଲାଇଟ ପ୍ୟାନେଲ ଅମ୍ପାୟର ଅଲିମ ଦାରଙ୍କ ସମେତ ଏସାନ ରାଜା, ସୋଜିବ ରାଜା ଓ ଅସିଫ ୟାକୁବଙ୍କୁ ନିଯୁକ୍ତ କରିଛି। ଉଲ୍ଲେଖଥାଉ କି, ୨୦୦୯ରେ ପାକିସ୍ତାନରେ ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ରାଜା ଅମ୍ପାୟର ଥିଲେ। ଆତଙ୍କବାଦୀ ଆକ୍ରମଣ ବେଳେ ସେ ଶ୍ରୀଲଙ୍କା ଦଳର ବସ୍‌ରେ ଥିଲେ। ଗୁଳି ତାଙ୍କ କିଡ୍‌ନୀ ଓ ବିଭିନ୍ନ ସ୍ଥାନରେ ବାଜିଥିଲା। ଏହାସତ୍ତ୍ୱେ ସେ କ୍ରିକେଟ ଫେରି ଅମ୍ପାୟରିଂ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri