Posted inଜାତୀୟ

ପାକିସ୍ତାନକୁ ଘାରିଛି ଯୁଦ୍ଧ ନିଶା: କୃଷ୍ଣାଘାଟି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ; ଜଣେ ଭାରତୀୟ ଯବାନ ଶହୀଦ୍‌

ଶ୍ରୀନଗର,୨୦।୮: ପାକିସ୍ତାନକୁ ଏବେ ଯୁଦ୍ଧ ନିଶା ଘାରିଛି। ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଦୁଇଦେଶ ମଧ୍ୟରେ ଉତ୍ତେଜନା ସୃଷ୍ଟି କରୁଛି। ମଙ୍ଗଳବାର ପୂର୍ବାହ୍ନ ୧୧ଟା ସମୟରେ ଜମ୍ମୁ-କଶ୍ମୀର ପୁଞ୍ଚ୍‌ ଜିଲାର କୃଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ଫରଓ୍ବାର୍ଡ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି।

ଏଥିରେ ଜଣେ ଭାରତୀୟ ଯବାନ ଶହୀଦ୍‌ ହୋଇଥିବା କୁହାଯାଉଛି।  ନାଏକ ରବିରଞ୍ଜନ କୁମାର ସିଂ ସୀମାପାର ଗୁଳିରେ ଶହୀଦ ହୋଇଛନ୍ତି। ବିହାରସ୍ଥିତ ରୋହତାସ୍‌ ଅନ୍ତର୍ଗତ ଗୋପ୍‌ ବିଘା ଗ୍ରାମର ନିବାସୀ ୩୬ ବର୍ଷୀୟ ରବିରଞ୍ଜନଙ୍କ ସ୍ତ୍ରୀ ରୀତା ଦେବୀ ଅଛନ୍ତି। ଏହି ଘଟଣାରେ ୪ ଯବାନ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାର ଜବାବରେ ଭାରତୀୟ ସେନାଙ୍କ ପକ୍ଷରୁ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟକୁ ଲକ୍ଷ୍ୟ କରି ଗୁଳିଗୋଳା ମାଡ଼ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ବଡ଼ ଟି-୨୦ ଟୁର୍ଣ୍ଣାମେଣ୍ଟ ‘ସୟଦ ମୁସ୍ତାକ ଅଲି ଟ୍ରଫି’ ରେ ନୂଆ ଇତିହାସ ରଚିଛି ଝାଡ଼ଖଣ୍ଡ। ଗୁରୁବାର ପୁଣେଠାରେ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri