Posted inଖେଳ

ପାକିସ୍ତାନକୁ ବଡ ଝଟକା: ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ପାକିସ୍ତାନ ଯିବାକୁ ମନା କଲେ

କଲମ୍ବୋ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ପାକିସ୍ତାନ ଗସ୍ତ ଫିକା ପଡିଯାଇଛି। ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ସୁରକ୍ଷା ଦୃଷ୍ଟିକୋଣରୁ ପାକିସ୍ତାନ ଯିବାକୁ ମନା କରି ଦେଇଛନ୍ତି। ଶ୍ରୀଲଙ୍କାର ଏହି ଗସ୍ତ ବାତିଲ୍‌ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଫଳରେ ପାକିସ୍ତାନରେ ଅନ୍ତର୍ଜାତୀୟ କ୍ରିକେଟର ପ୍ରତ୍ୟାବର୍ତ୍ତନକୁ ପୁଣି ବଡ ଝଟକା ଲାଗିଛି। ଶ୍ରୀଲଙ୍କା କ୍ରିକେଟ ବୋର୍ଡ ପାକିସ୍ତାନ ଗସ୍ତ କରି ସେଠାରେ ସିରିଜ ଖେଳିବା ପାଇଁ ସ୍ଥିର କରିଥିଲା। କିନ୍ତୁ ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ସେଠାକୁ ଯିବାକୁ ମନା କରି ଦେଇଛନ୍ତି। ଏହି ଖେଳାଳିମାନଙ୍କ ମଧ୍ୟରେ ଟି-୨୦ ଅଧିନାୟକ ଲସିଥ ମାଲିଙ୍ଗା ଏବଂ ଅଲରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସଙ୍କ ଭଳି ବରିଷ୍ଟ ଖେଳାଳି ପାକିସ୍ତାନ ଯିବେ ନାହିଁ ବୋଲି ବୋର୍ଡକୁ ଜଣାଇଦେଇଛନ୍ତି॥ ସୂଚନାଯୋଗ୍ୟ, ୨୦୦୯ରେ ପାକିସ୍ତାନ ଗସ୍ତରେ ଥିବା ଶ୍ରୀଲଙ୍କା କ୍ରିକେଟ ଦଳର ବସ ଉପରକୁ ଆତଙ୍କବାଦୀ ଆକ୍ରମଣ କରିଥିଲେ। ସୌଭାଗ୍ୟବଶତଃ ଖେଳାଳିମାନେ ଏଥିରୁ ବର୍ତ୍ତି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri