ପାକିସ୍ତାନକୁ ସମର୍ଥନ ଜାରି ରଖିବ ତୁର୍କୀ

ଇସ୍‌ଲାମାବାଦ,୧୫ା୨(ପି.ଟି.): ଭାରତର ପ୍ରତିବାଦ ସତ୍ତ୍ୱେ ତୁର୍କୀ ରାଷ୍ଟ୍ରପତି ରିସେପ୍‌ ତାୟିପ୍‌ ଏର୍ଡୋଗାନ୍‌ ଶୁକ୍ରବାର ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ଏହା ଉଭୟ ଦେଶ ପାଇଁ ଚିନ୍ତାର ବିଷୟ ହୋଇଥିବାରୁ ପାକିସ୍ତାନର ଆଭିମୁଖ୍ୟକୁ ତୁର୍କୀ ସମର୍ଥନ ଜାରି ରଖିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।
ପାକିସ୍ତାନ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ଉଦ୍‌ବୋଧନ ଦେଇ ଏର୍ଡୋଗାନ କହିଛନ୍ତି, ଇସ୍‌ଲାମାବାଦକୁ ଫାଇନାନ୍ସିଆଲ୍‌ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌)ର ଧୂସର ତାଲିକାଭୁକ୍ତ କରିଥିବାବେଳେ ଏଥିରୁ ମୁକୁଳାଇବା ପାଇଁ ତୁର୍କୀ ସମର୍ଥନ ଯୋଗାଇଦେବ। ଏଫ୍‌ଏଟିଏଫ୍‌ ବୈଠକ ଚଳିତ ସପ୍ତାହରେ ପ୍ୟାରିସ୍‌ରେ ହେବାକୁ ଯାଉଛି। କଶ୍ମୀର ପ୍ରସଙ୍ଗର ସମାଧାନ ବିବାଦ କିମ୍ବା ଅତ୍ୟାଚାର ଦ୍ୱାରା ହୋଇପାରିବ ନାହିଁ ଏହା ନ୍ୟାୟ ଓ ନିରପେକ୍ଷତା ମାଧ୍ୟମରେ ହୋଇପାରିବ। ଏକ୍ଷେତ୍ରରେ ଆଙ୍କାରାର ସମର୍ଥନ ସବୁବେଳେ ଇସ୍‌ଲାମାବାଦ ସହିତ ରହିବ ବୋଲି ଏର୍ଡୋଗାନ୍‌ ଘୋଷଣା କରିଛନ୍ତି। ସେ କହିଥିଲେ, ଆମର କଶ୍ମୀରୀ ଭାଇଭଉଣୀମାନେ ଦୀର୍ଘ ଦଶନ୍ଧି ଧରି ନିର୍ଯାତିତ ହୋଇଆସୁଥିବାବେଳେ ନିକଟରେ ଭାରତ ସରକାର ୩୭୦ ଉଚ୍ଛେଦ ପାଇଁ ଏକପାଖିଆ ନିଷ୍ପତ୍ତି ନେବା ଫଳରେ ସେମାନଙ୍କ ସମସ୍ୟା ଆହୁରି ବଢ଼ିଯାଇଛି। ଏବେ କଶ୍ମୀର କେବଳ ପାକିସ୍ତାନ ପାଇଁ ନୁହେଁ ତୁର୍କୀ ପାଇଁ ମଧ୍ୟ ପ୍ରସଙ୍ଗ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri