ପାକିସ୍ତାନକୁ ସମର୍ଥନ ଜାରି ରଖିବ ତୁର୍କୀ

ଇସ୍‌ଲାମାବାଦ,୧୫ା୨(ପି.ଟି.): ଭାରତର ପ୍ରତିବାଦ ସତ୍ତ୍ୱେ ତୁର୍କୀ ରାଷ୍ଟ୍ରପତି ରିସେପ୍‌ ତାୟିପ୍‌ ଏର୍ଡୋଗାନ୍‌ ଶୁକ୍ରବାର ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ଏହା ଉଭୟ ଦେଶ ପାଇଁ ଚିନ୍ତାର ବିଷୟ ହୋଇଥିବାରୁ ପାକିସ୍ତାନର ଆଭିମୁଖ୍ୟକୁ ତୁର୍କୀ ସମର୍ଥନ ଜାରି ରଖିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।
ପାକିସ୍ତାନ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ଉଦ୍‌ବୋଧନ ଦେଇ ଏର୍ଡୋଗାନ କହିଛନ୍ତି, ଇସ୍‌ଲାମାବାଦକୁ ଫାଇନାନ୍ସିଆଲ୍‌ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌)ର ଧୂସର ତାଲିକାଭୁକ୍ତ କରିଥିବାବେଳେ ଏଥିରୁ ମୁକୁଳାଇବା ପାଇଁ ତୁର୍କୀ ସମର୍ଥନ ଯୋଗାଇଦେବ। ଏଫ୍‌ଏଟିଏଫ୍‌ ବୈଠକ ଚଳିତ ସପ୍ତାହରେ ପ୍ୟାରିସ୍‌ରେ ହେବାକୁ ଯାଉଛି। କଶ୍ମୀର ପ୍ରସଙ୍ଗର ସମାଧାନ ବିବାଦ କିମ୍ବା ଅତ୍ୟାଚାର ଦ୍ୱାରା ହୋଇପାରିବ ନାହିଁ ଏହା ନ୍ୟାୟ ଓ ନିରପେକ୍ଷତା ମାଧ୍ୟମରେ ହୋଇପାରିବ। ଏକ୍ଷେତ୍ରରେ ଆଙ୍କାରାର ସମର୍ଥନ ସବୁବେଳେ ଇସ୍‌ଲାମାବାଦ ସହିତ ରହିବ ବୋଲି ଏର୍ଡୋଗାନ୍‌ ଘୋଷଣା କରିଛନ୍ତି। ସେ କହିଥିଲେ, ଆମର କଶ୍ମୀରୀ ଭାଇଭଉଣୀମାନେ ଦୀର୍ଘ ଦଶନ୍ଧି ଧରି ନିର୍ଯାତିତ ହୋଇଆସୁଥିବାବେଳେ ନିକଟରେ ଭାରତ ସରକାର ୩୭୦ ଉଚ୍ଛେଦ ପାଇଁ ଏକପାଖିଆ ନିଷ୍ପତ୍ତି ନେବା ଫଳରେ ସେମାନଙ୍କ ସମସ୍ୟା ଆହୁରି ବଢ଼ିଯାଇଛି। ଏବେ କଶ୍ମୀର କେବଳ ପାକିସ୍ତାନ ପାଇଁ ନୁହେଁ ତୁର୍କୀ ପାଇଁ ମଧ୍ୟ ପ୍ରସଙ୍ଗ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri