Posted inଖେଳ

ପାକିସ୍ତାନକୁ ୨୦୨୦ ଏସିଆ କପ୍‌ ଟି୨୦ ଆୟୋଜନ ଅଧିକାର

ନୂଆଦିଲ୍ଲୀ, ୩୦।୫(ପି.ଟି.)- ୨୦୨୦ ଏସିଆ କପ୍‌ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ ଅଧିକାର ପାକିସ୍ତାନକୁ ପ୍ରଦାନ କରାଯାଇଛି। ସିଙ୍ଗାପୁରରେ ଅନୁଷ୍ଠିତ ହୋଇଥିବା ଏସିଆନ କ୍ରିକେଟ କାଉନସିଲ୍‌ (ଏସିସି) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତାବର୍ଷ ଖେଳାଯିବାକୁ ଥିବା ଏସିଆ କପ୍‌ର ଏହା ହେବ ୧୫ତମ ସଂସ୍କରଣ। ସେହିବର୍ଷ ଅକ୍ଟୋବର ଶେଷ ଭାଗରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଅନୁଷ୍ଠିତ ହେବ। ତେଣୁ ଏସିଆ କପ୍‌ର ୧୫ତମ ସଂସ୍କରଣକୁ ଟି୨୦ ଫର୍ମାଟ୍‌ରେ ଆୟୋଜନ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ବୈଠକରେ ଭାରତ, ପାକିସ୍ତାନ, ଶ୍ରୀଲଙ୍କା, ବାଂଲାଦେଶ, ଆଫଗାନିସ୍ତାନ ପରି ଟପ୍‌ ଦେଶଗୁଡ଼ିକ ଅଂଶଗ୍ରହଣ କରିଥିଲେ। ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ଏହସାନ ମନି ଓ ମ୍ୟାନେଜିଂ ଡିରେକ୍ଟର ଓ୍ବାସିମ ଖାଁ ଏହି ବୈଠକରେ ଯୋଗଦେଇଥିଲେ।
ଆୟୋଜନ ଅଧିକାର ଦିଆଯାଇଥିବାରୁ ଏସିଆ କପ୍‌ ଏବେ ନିରବିଚ୍ଛିନ୍ନ ଭେନ୍ୟୁରେ ଆୟୋଜନ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ୨୦୦୯ରେ କରାଚିରେ ଶ୍ରୀଲଙ୍କା ଖେଳାଳିଙ୍କ ବସ୍‌ ଉପରକୁ ଆତଙ୍କବାଦୀଙ୍କ ଆକ୍ରମଣ ପରଠାରୁ ସୁରକ୍ଷାଜନିତ କାରଣ ନେଇ କୌଣସି ବିଦେଶୀ ଦଳ ପାକିସ୍ତାନରେ ଖେଳିବାକୁ ରାଜି ହେଉନାହାନ୍ତି। ସେହିଭଳି ପାକିସ୍ତାନ ସହ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ମଧ୍ୟ ତିକ୍ତତାର ଶୀର୍ଷରେ ପହଞ୍ଚତ୍ଛି। ତେଣୁ ନିରପେକ୍ଷ ଭେନ୍ୟୁ ଭାବେ ଏହି ଟୁର୍ନାମେଣ୍ଟକୁ ୟୁଏଇରେ ଆୟୋଜନ କରିବାକୁ ପାକିସ୍ତାନ ବୋର୍ଡ ଚିନ୍ତା କରୁଥିବା ଜଣାପଡ଼ିଛି। ପ୍ରକାଶଯୋଗ୍ୟ, ଗତ ସଂସ୍କରଣ ଏସିଆ କପ୍‌ ଆୟୋଜନ ଅଧିକାର ଭାରତକୁ ମିଳିଥିଲ। କିନ୍ତୁ ଦୁଇ ପଡ଼ୋଶୀ ରାଷ୍ଟ୍ର ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତ ସମ୍ପର୍କ କାରଣରୁ ଏହାକୁ ୟୁଏଇରେ ଆୟୋଜନ କରାଯାଇଥିଲା। ଫାଇନାଲରେ ବାଂଲାଦେଶକୁ ପରାସ୍ତ କରି ଭାରତ ଟାଇଟଲ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri