Posted inଖେଳ

ପାକିସ୍ତାନକୁ ୮ ଉଇକେଟରେ ପରାସ୍ତ କଲା ଭାରତ, ମ୍ୟାଚ୍‌ର ହିରୋ ଜମ୍ମୁ-କଶ୍ମୀର ଖେଳାଳି

ଲଣ୍ଡନ, ୧୪।୮: ଇଂଲଣ୍ଡରେ ଚାଲିଥିବା ଦିବ୍ୟାଙ୍ଗ ଟି-୨୦ ବିଶ୍ୱ କ୍ରିକେଟ୍‌ ଚାମ୍ପିଅନ୍‌ସିପ୍‌ରେ ଭାରତ ଏକ ମ୍ୟାଚ୍‌ରେ ପାକିସ୍ତାନକୁ ପରାସ୍ତ କରିଛି। ଏହି ମ୍ୟାଚର ହିରୋ ଥିଲେ ଜମ୍ମୁ-କଶ୍ମୀରର ଓ୍ବାସିମ୍‌ ଇକଓ୍ବାଲ। ସେ ୪୩ଟି ବଲରୁ ୬୯ରନ୍‌ କରି ଭାରତ ବିଜୟର ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ପାକିସ୍ତାନ ପ୍ରଥମେ ଟସ୍‌ ଜିତି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୧୫୦ ରନ୍‌ କରିଥିଲା। ଏହାର ଜବାବରେ ଭାରତ ମାତ୍ର ୨ ଉଇକେଟ୍‌ ହରାଇ ୧୭.୧ ଓଭରରେ ଲକ୍ଷ୍ୟସ୍ଥଳରେ ପହଞ୍ଚିଥିଲା। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଭାରତ ଏବଂ ପାକିସ୍ତାନ ସମ୍ପର୍କରେ ଆହୁରି ଫାଟ ସୃଷ୍ଟି ହୋଇଛି। ପାକିସ୍ତାନ ଭାରତଠାରୁ ସମସ୍ତ ସମ୍ପର୍କ ଛିନ୍ନ କରିଛି। ଏହି ସମୟରେ ଜମ୍ମୁ-କଶ୍ମୀରର ଅନନ୍ତନାଗରେ ରହୁଥିବା ଓ୍ବାସିମ ଭାରତ ବିଜୟରେ ମହତ୍ୱପୂର୍ଣ୍ଣ ଯୋଗଦାନ ଯୋଗୁ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ମୋ ଜୀବନର  ଖାସ୍‌ ଦିନଗୁଡିକ ମଧ୍ୟରେ ଏହା ଅନ୍ୟତମ। ଜମ୍ମୁ-କଶ୍ମୀରରେ ମୋବାଇଲ୍‌ ସେବା ବନ୍ଦ ଯୋଗୁ ପରିବାର ଲୋକଙ୍କ ସହ ୧୦ଦିନ ହେଲା କଥା ହୋଇପାରି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ

ଭୁବନେଶ୍ୱର,୨୦ା୨(ସୁଚିସ୍ମିତା ସାହୁ): ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରକୁ ନିଶାମୁକ୍ତ ରଖିବା ପାଇଁ ମଦ, ତମାଖୁ, ଇ-ସିଗାରେଟ ଏବଂ ମାଦକ ଦ୍ରବ୍ୟ ବ୍ୟବହାର ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। ବିଶ୍ୱବିଦ୍ୟାଳୟ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri