ପାକିସ୍ତାନର ଡିଜିଟାଲ ସେନସରଶିପ୍‌କୁ ବିରୋଧ: ଫେସବୁକ୍‌-ଗୁଗଲ-ଟୁଇଟର ଦେଶ ଛାଡ଼ିବାକୁ ଦେଲେ ଧମକ

ଇସଲାମାବାଦ୍‌,୨୯।୨: ପାକିସ୍ତାନର ଡିଜିଟାଲ ସେନସରଶିପ୍‌ ଆଇନକୁ ବିରୋଧ କରି ଫେସବୁକ୍‌, ଗୁଗଲ,ଟୁଇଟର ଆଦି ସୋସିଆଲ ମିଡ଼ିଆ ଦେଶ ଛାଡ଼ିବାକୁ ଦେଲେ ଧମକ ଦେଇଛନ୍ତି। ଏନେଇ ସୋସିଆଲ୍‌ ମିଡ଼ିଆ କମ୍ପାନୀଗୁଡ଼ିକର ଏସିଆ ଇଣ୍ଟରନେଟ୍‌ କୋଆଲେଶନ ପକ୍ଷରୁ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ପାଖକୁ ସମ୍ପୃକ୍ତ କମ୍ପାନୀଗୁଡ଼ିକ ଚିଠି ମଧ୍ୟ ଲେଖିଛନ୍ତି। ଏଭଳି ସେନସରଶିପ୍‌ ଲାଗୁ ହେଲେ ପାକିସ୍ତାନରେ କାମ କରିବା ଅସମ୍ଭବ ହେବ ବୋଲି ସୋସିଆଲ୍‌ ମିଡ଼ିଆ କମ୍ପାନୀ ପକ୍ଷରୁ କୁହାଯାଇଛି। ଆତଙ୍କବାଦ, ହିଂସା,ଆପତ୍ତି ଜନକ କଣ୍ଟେଟ୍‌ ଆଦିକୁ ୨୪ ଘଣ୍ଟା ମଧ୍ୟରେ ହଟାଇବାକୁ ପଡ଼ିବ। ସେହିପରି ଆପାତ୍‌କାଳୀନ ସ୍ଥିତିରେ ଏହାକୁ ୬ ଘଣ୍ଟା ମଧ୍ୟରେ ହଟାଇବାକୁ ପଡ଼ିବ। ଅପରପକ୍ଷରେ ରାଷ୍ଟ୍ରୀୟ ସୁରକ୍ଷା କ୍ଷେତ୍ରରେ ସୋସିଆଲ୍‌ ମିଡ଼ିଆ କମ୍ପାନୀଗୁଡ଼ିକୁ ଜାତୀୟ ସଂଯୋଜକଙ୍କ ନିର୍ଦ୍ଦେଶ ମାନିବାକୁ ପଡ଼ିବ। ସବ୍‌କ୍ରାଇବ୍‌, ଟ୍ରାଫିକ୍‌, କଣ୍ଟେଟ୍‌ ଏବଂ ଅକାଉଣ୍ଟ୍‌ ସମ୍ପର୍କିତ ତଥ୍ୟ ଗୁପ୍ତଚର ଏଜେନ୍ସି ସହିତ ଦେବାକୁ ପଡ଼ିବ ବୋଲି ପାକିସ୍ତାନର ଡିଜିଟାଲ ସେନସରଶିପ୍‌ ଆଇନରେ କୁହାଯାଇଛି। ତେବେ ସୋସିଆଲ୍‌ ମିଡ଼ିଆ କମ୍ପାନୀଗୁଡ଼ିକ ଏହାର ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଏହାଦ୍ୱାରା ପାକିସ୍ତାନ ୭ କୋଟିରୁ ଅଧିକ ଇଣ୍ଟରନେଟ୍‌ ତଥା ସୋସିଆଲ ମିଡ଼ିଆ ୟୁଜର ପ୍ରଭାବିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri