Posted inଜାତୀୟ

ପାକିସ୍ତାନର ନୂଆ ଷଡ଼ଯନ୍ତ୍ର: କର୍ତ୍ତାରପୁର କରିଡର ଉଦ୍‌ଘାଟନ ପାଇଁ ମୋଦିଙ୍କ ବଦଳରେ ମନମୋହନଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ,୩୦।୯: କର୍ତ୍ତାରପୁର କରିଡରକୁ ଆଳକରି ପାକିସ୍ତାନ ପୁଣି ଗୋଟିଚାଳନା କରିଛି। ଏହାର ଉଦ୍‌ଘାଟନ ପାଇଁ ପାକିସ୍ତାନ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ନିମନ୍ତ୍ରଣ କରିବେ ବୋଲି ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ କହିଛନ୍ତି। ମନମୋହନ ଶିଖ୍‌ ସମ୍ପ୍ରଦାୟର ହୋଇଥିବା ବେଳେ ତାଙ୍କୁ ଔପଚାରିକ ଆମନ୍ତ୍ରଣ କରାଯିବ। ହେଲେ ଏପର୍ଯ୍ୟନ୍ତ ପାକିସ୍ତାନ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରାଯାଇନାହିଁ। ତେବେ ପାକିସ୍ତାନ ଏହାକୁ ଭିତ୍ତିକରି ଭାରତରେ ଅଶାନ୍ତି ସୃଷ୍ଟି କରିବାକୁ ଉଦ୍ୟମ କରୁଛି ବୋଲି ଚର୍ଚ୍ଚା ହେଉଛି। ଅନ୍ୟପଟେ ମନମୋହନ ପାକିସ୍ତାନର ନିମନ୍ତ୍ରଣ ରକ୍ଷା କରିବେ ନାହିଁ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ସେ କହିଛନ୍ତି, ତାଙ୍କ ପାଇଁ ଦେଶହିତ ସର୍ବୋପରି। ଆସନ୍ତା ନଭେମ୍ବର ୯ରେ ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ପାଳନ ଅବସରରେ ଏହାକୁ ଉଦ୍‌ଘାଟନ କରାଯିବାକୁ ଯୋଜନା କରାଯାଇଛି। ଏହାପରେ ଭାରତୀୟ ତୀର୍ଥଯାତ୍ରୀ ବିନା ଭିଜାରେ କର୍ତ୍ତାରପୁର କରିଡର ଦର୍ଶନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri