Posted inଜାତୀୟ

ପାକିସ୍ତାନର ଷଡ଼ଯନ୍ତ୍ର: ଅସ୍ତ୍ରବିରତି ପଛରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ଦେଶ୍ୟ

ଶ୍ରୀନଗର, ୨୩।୬: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରହିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଉଛି। ଲଦାଖ ସୀମାରେ ଚାଇନା ସହିତ ଭାରତର ଉତ୍ତେଜନା ବୃଦ୍ଧି ପାଇଛି। ଏହାର ଫାଇଦା ନେବାକୁ ପାକିସ୍ତାନ ଷଡ଼ଯନ୍ତ୍ର କରିଛି। ଅସ୍ତ୍ରବିରତି ଉଲ୍ଲଂଘନ ବାହାନରେ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ପାକିସ୍ତାନର ମୁଖ୍ୟ ଉଦ୍ଦେଶ୍ୟ ରହିଛି। ତେଣୁ ସୀମାରେ ପାକିସ୍ତାନର ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଚଳିତ ଜୁନ୍‌ ମାସରେ ବର୍ତ୍ତମାନ ସୁଦ୍ଧା ନିୟନ୍ତ୍ରଣ ରେଖାରେ ୧୪୦ରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ପ୍ରତିଦିନ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ପକ୍ଷରୁ ୭ରୁ ୮ଥର ମୋର୍ଟାର ଶେଲିଂ ମାଡ଼ କରାଯାଉଥିବା କୁହାଯାଉଛି। ଚଳିତ ବର୍ଷ ଜାନୁୟାରୀଠାର ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ ରେଖାରେ ୨୦୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri