ପାକିସ୍ତାନରେ ଘନେଇବ ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ,୧୭ା୬(ପି.ଟି.): ଆତଙ୍କବାଦୀ ସଙ୍ଗଠନ ଏଲ୍‌ଇଟି ଏବଂ ଜେଇଏମ୍‌ ତଥା ସେଗୁଡ଼ିକର ସହଯୋଗୀ ସଂସ୍ଥା ଜେୟୁଡି ଓ ଫଲା-ଇ-ଇନ୍‌ସାନିୟତ୍‌ ଫାଇଣ୍ଡେଶନ୍‌ ଭଳିଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ ହୋଇଛି ପାକିସ୍ତାନ। ଏଭଳି ସଙ୍ଗଠନଗୁଡ଼ିକ ପାଣ୍ଠି ଯୋଗାଣ ରୋକିବା ପାଇଁ ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ସ୍ଥିତ ଫାଇନାନ୍ସିଆଲ୍‌ ଆକ୍ସନ୍‌ ଟାକ୍ସ ଫୋର୍ସ (ଏଫ୍‌ଏଟିଏଫ୍‌) ପକ୍ଷରୁ ପାକିସ୍ତାନକୁ ୨୭ଟି କାର୍ଯାନୁଷ୍ଠାନ ଲାଗି ତାଗିଦ କରାଯାଇଥିଲା। ଇସ୍‌ଲାମାବାଦ ସେଥିରୁ ୨୫ଟି ପଏଣ୍ଟ ଉପରେ ପଦକ୍ଷେପ ନେବାରେ ବିଫଳ ହୋଇଛି। ଏଥିଯୋଗୁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌), ବିଶ୍ୱବ୍ୟାଙ୍କ ଓ ୟୁରୋପୀୟ ସଂଘ (ଇୟୁ) ଭଳି ଅନ୍ତର୍ଜାତୀୟ ଋଣ ପ୍ରଦାନକାରୀ ପାକିସ୍ତାନ ଉପରେ ଆର୍ଥିକ କଟକଣା ଜାରି ରଖିବେ। ଫଳରେ ପାକିସ୍ତାନର ଆର୍ଥିକ ସ୍ଥିତି ଆହୁରି ଉଦ୍‌ବେଗଜନକ ହେବା ଆଶଙ୍କା କରାଯାଉଛି। ୨୭ ପଏଣ୍ଟରୁ ୨୫ଟିରେ ପାକିସ୍ତାନ ବିଫଳ ହୋଇଛି। ଆସନ୍ତା ଅକ୍ଟୋବରରେ ଏ ସମ୍ପର୍କିତ ୧୫ ମାସିଆ ମହଲତ ଶେଷ ହେଉଥିବାରୁ ଇସ୍‌ଲାମାବାଦ ଅଡ଼ୁଆରେ ପଡ଼ିପାରେ ବୋଲି ଆମେରିକାର ଫ୍ଲୋରିଡାରେ ରବିବାର ଆରମ୍ଭ ହୋଇଥିବା ଏଫ୍‌ଏଟିଏଫ୍‌ର ବିସ୍ତୃତ ବୈଠକ ଅବସରରେ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ୨୦୧୮ ଅକ୍ଟୋବରରେ ପାକିସ୍ତାନ ଭିତ୍ତିକ ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ସମ୍ପର୍କରେ ଭାରତ ପକ୍ଷରୁ ସୂଚନା ଦିଆଯିବା ପରେ ପଡ଼ୋଶୀ ଦେଶକୁ ଗ୍ରେ ଲିଷ୍ଟ ତାଲିକାରେ ରଖାଯାଇଥିଲା। ଗତ ଫେବୃୟାରୀରେ ଧୂସର ତାଲିକାରେ ଏହାକୁ ବଳବତ୍ତର ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri