ପାକ୍‌ ଆକାଶରେ ଉଡ଼ିବନି ରାଷ୍ଟ୍ରପତିଙ୍କ ବିମାନ

ଇସ୍‌ଲାମାବାଦ, ୮।୯(ପି.ଟି.): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାରଠାରୁ ଆଇସ୍‌ଲାଣ୍ଡ, ସୁଇଜରଲାଣ୍ଡ ଓ ସ୍ଲୋଭେନିଆ ଗସ୍ତରେ ଯିବାକୁ ଥିବାବେଳେ ତାଙ୍କ ବିମାନ ପାକିସ୍ତାନ ଆକାଶରେ ଉଡ଼ିପାରିବ ନାହିଁ। ରାଷ୍ଟ୍ରପତିଙ୍କ ବିମାନ ପାଇଁ ବାୟୁସୀମା ବ୍ୟବହାର ଅନୁମତି ଦେବା ଲାଗି ଭାରତ କରିଥିବା ଅନୁରୋଧକୁ ଇସ୍‌ଲାମାବାଦ ପ୍ରତ୍ୟାଖ୍ୟାନ କରିଦେଇଛି।
ପୁଲଓ୍ବାମା ଆକ୍ରମଣ ସମେତ ଚଳିତବର୍ଷ ଭାରତ ସମ୍ମୁଖୀନ ହୋଇଥିବା ବିଭିନ୍ନ ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପର୍କରେ ନୂଆଦିଲ୍ଲୀର ଉଦ୍‌ବେଗକୁ ରାଷ୍ଟ୍ରପତି ଉପରୋକ୍ତ ରାଷ୍ଟ୍ରର ଶୀର୍ଷ ନେତାମାନଙ୍କୁ ଜଣାଇବେ। ତେବେ କଶ୍ମୀରରେ ଉତ୍ତେଜନା ସ୍ଥିତି ଜାରି ରହିଥିବାରୁ ଏହାକୁ ଦୃଷ୍ଟିରେ ରଖି ବାୟୁସୀମା ବ୍ୟବହାର ଲାଗି ଅନୁମତି ନ ଦେବା ନିଷ୍ପତ୍ତିକୁ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଅନୁମୋଦନ କରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ କହିଛନ୍ତି। ସୂଚନାଯୋଗ୍ୟ, ଗତ ଫେବୃୟାରୀରେ ବାଲକୋଟର ଜେଇଏମ୍‌ ଆତଙ୍କବାଦୀ ଶିବିର ଉପରେ ଭାରତୀୟ ବାୟୁସେନା ଏୟାରଷ୍ଟ୍ରାଇକ୍‌ କରିବା ପରେ ପାକ୍‌ କର୍ତ୍ତୃପକ୍ଷ ଏହାର ବାୟୁସୀମାକୁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଥିଲେ। ଏହାର ମାସକ ପରେ ମାର୍ଚ୍ଚ ୨୭ରେ ବିମାନ ପାଇଁ ପାକିସ୍ତାନ ବାୟୁସୀମା ଆଂଶିକ ଖୋଲିଥିଲା। ଜୁଲାଇ ୧୬ରେ ସମସ୍ତ ବେସାମରିକ ବିମାନ ଚଳାଚଳ ପାଇଁ ପାକ୍‌ ଅନୁମତି ଦେଇଥିଲା। ତେବେ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏହାର ପ୍ରତିବାଦରେ ପାକିସ୍ତାନ ଭାରତ ସହ ବାଣିଜ୍ୟ ଓ କୂଟନୈତିକ ସମ୍ପର୍କ ଛିନ୍ନ କରିବା ସହ ବସ୍‌ ଓ ଟ୍ରେନ୍‌ ସେବା ମଧ୍ୟ ବାତିଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri