Posted inଜାତୀୟ

ପାକ୍‌ରେ ଶିଖ୍‌ ଯୁବତୀଙ୍କୁ ଅପହରଣ, ଧର୍ମାନ୍ତରୀକରଣ

ଚଣ୍ଡିଗଡ଼, ୩୧ା୮(ପି.ଟି.): ପାକିସ୍ତାନରେ ଜଣେ ଶିଖ୍‌ ଯୁବତୀଙ୍କୁ ଅପହରଣ କରି ନିଆଯିବା ସହ ଇସ୍‌ଲାମ ଧର୍ମକୁ ପରିବର୍ତ୍ତନ କରାଯିବା ଘଟଣା ସମ୍ପର୍କରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶୁକ୍ରବାର କେନ୍ଦ୍ରକୁ ଅବଗତ କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏନେଇ ଅବଗତ ହେବା ସହ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି। ପ୍ରକାଶଥାଉ କି, ଶିଖ୍‌ ଯୁବତୀଙ୍କୁ ବଳପୂର୍ବକ ପାକିସ୍ତାନର ନଙ୍କନା ସାହିବ୍‌ଙ୍କୁ ନିଆଯାଇ ଧର୍ମାନ୍ତରୀକରଣ କରାଯାଇଥିଲା। ଏହି ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏନେଇ ଏକ ଭିଡିଓ ମେସେଜ୍‌ରେ ଯୁବତୀଙ୍କ ପରିବାର ମଧ୍ୟ ଆପତ୍ତି ଉଠାଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ସହଯୋଗ ଲୋଡ଼ିଛନ୍ତି। ଅମରିନ୍ଦର ମଧ୍ୟ ପାକ୍‌ ପ୍ରଧାନମନ୍ତ୍ରୀଙ୍କୁ ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ବାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ବାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?