ପାଗଳ ମାଙ୍କଡ଼ କାମୁଡ଼ାରେ ବୃଦ୍ଧା ମୃତ, କେଏନ୍‌ପୁରରେ ଆତଙ୍କ

ପୁରୁଷୋତ୍ତମ ପୁର, ୨୨।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନ୍‌ ପୁର ଗ୍ରାମରେ ଏକ ପାଗଳ ହନୁମାଙ୍କଡ଼ ଆକ୍ରମଣରେ ବୁଧବାର ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜମ୍ଭୁ ଗୌଡ଼(୬୨)। ଘଟଣା ପରେ ଲୋକେ ଆତଙ୍କିତ ହୋଇ ଘରୁ ବାହାରକୁ ବାହାରି ପାରୁ ନ ଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଜମ୍ଭୁ ନିଜ ଘର ବାରିପଟେ ବାସନ ମାଜୁଥିବା ବେଳେ ହଠାତ ହନୁମାଙ୍କଡ଼ଟି ଆସି ଅତର୍କିତ ଭାବେ କାମୁଡି କ୍ଷତ ବିକ୍ଷତ କରିଥିଲା। ତାଙ୍କ ଚିତ୍କାର ଶୁଣି ପରିବାରଲୋକେ ପହଞ୍ଚି ମାଙ୍କଡ଼ କବଳରୁ ଜମ୍ଭୁଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ମାତ୍ର ପ୍ରବଳ ରକ୍ତସ୍ରାବ କାରଣରୁ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମତ୍ୟୁ ଘଟିଥିଲା । ଖବର ପାଇ ପୁରୁଷୋତ୍ତମପୁର ଥାନା ଏସ୍‌ଆଇ ଚମ୍ପାବତି ମାରାଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହକୁ ଜବତ କରି ଥାନାରେ ଅପମୃତ୍ୟୁ ମାମଲା(ନଂ.୧/୨୦) ପ୍ରକାରେ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଛନ୍ତି । ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତିବ୍ର ପ୍ରତିକ୍ରିୟା ଦେଖା ଦେଇଛି । ମୃତ ପରିବାରଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ସହ ଉକ୍ତ ମାଙ୍କଡ଼କୁ କାବୁ କରିବାଲାଗି ଖଲ୍ଲିକୋଟ ବିଭାଗୀୟ ଅଧିକାରୀଙ୍କଠାରେ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri