ପାଚିକା ଚୟନ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା

ଭୋଗରାଇ,୧୨।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁମ୍ଭାରମୂଳୀ ପ୍ରାଥମିକ ବିଦ୍ୟାଳୟରେ ପାଚିକା ଚୟନ ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀ ଓ ଛାତ୍ରୀଛାତ୍ରମାନେ ପୂର୍ବାହ୍ନ ସ୍କୁଲ ଖୋଲିବା ପୂର୍ବରୁ ମୁଖ୍ୟ ଫାଟକରେ ତାଲା ପକାଇ ପ୍ରତୀକ ଧାରଣା ଦେଇଥିଲେ। ଭୋଗରାଇ ଗୋଷ୍ଠୀ ସହକାରୀ ଶିକ୍ଷାଧିକାରୀ ଧରଣୀଧର ରାଉତ ଓ ସିଆର୍‌ସିସି ଗୌତମ ଦତ୍ତ ସେଠାକୁ ଯାଇ ଆନ୍ଦୋଳନରତ ଗ୍ରାମବାସୀଙ୍କ ସହିତ ଆଲୋଚନା କରି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକାରୀମାନେ ଧାରଣା ସ୍ଥଗିତ ରଖିଥିଲେ।
ଏହି ବିଦ୍ୟାଳୟରେ ୧ରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ୯୨ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ ଦୁଇଜଣ ପାଚିକା କାର୍ଯ୍ୟ କରୁଥିଲେ। ଜଣେ ପାଚିକାଙ୍କର କାର୍ଯ୍ୟକାଳ ଶେଷ ହେବା ପରେ ପ୍ରଧାନଶିକ୍ଷକଙ୍କ ସହ ସ୍କୁଲର ମ୍ୟାନେଜିଂ କମିଟି ଏକ ନୋଟିସ୍‌ ଜରିଆରେ ପାଚିକା ନିଯୁକ୍ତି ନିମନ୍ତେ ଗତ ୧୩।୧।୨୦୨୦ରେ ଦରଖାସ୍ତ ଆହ୍ବାନ କରିଥିଲେ। ପାଚିକା କର୍ମନିଯୁକ୍ତିରେ ୭ଜଣ ପ୍ରାର୍ଥୀ ଆବେଦନ କରିଥିବାିବେଳେ ସ୍କୁଲ ମ୍ୟାନେଜିଂ କମିଟି ଜଣେ ମହିଳାଙ୍କୁ ସର୍ବସମ୍ମତିକ୍ରମେ ମନୋନୀତ କରିଥିଲେ। ଏହି ପ୍ରାର୍ଥୀ ଚୟନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ପାଚିକା ଚୟନ ନୋଟିସ୍‌ ବୋର୍ଡ଼ରେ କେଉଁ ବର୍ଗର ପ୍ରାର୍ଥୀ ଆବେଦନ କରିପାରିବେ ସେ ସମ୍ପର୍କରେ ଲେଖା ନ ଥିବାରୁ ଗ୍ରାମବାସୀ ପଛୁଆବର୍ଗଙ୍କୁ ଅଣଦେଖା କରାଯାଇଛି ବୋଲି ଅଭିଯୋଗ କରି ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହି ନୋଟିସକୁ ଅବିଳମ୍ବେ ରଦ୍ଦ କରାଯାଇ ଗ୍ରାମର ଅଧିକାଂଶ ପଛୁଆବର୍ଗ ଲୋକ ଥିବାବେଳେ ଅଗ୍ରାଧିକାର ଭିତ୍ତିରେ ଯୋଗ୍ୟା ପ୍ରାର୍ଥୀଙ୍କୁ ମନୋନୀତ କରାଯାଉ ବୋଲି ଗ୍ରାମବାସୀ ଦାବି କରିଥିଲେ। ଭୋଗରାଇ ଗୋଷ୍ଠୀ ଶିକ୍ଷାକେନ୍ଦ୍ରର ସହକାରୀ ଶିକ୍ଷାଧିକାରୀ ଓ ଆଞ୍ଚଳିକ ଗୋଷ୍ଠୀ ଶିକ୍ଷାକେନ୍ଦ୍ରର ସଂଯୋଜକ ସ୍ଥାନୀୟ ଲୋକଙ୍କ ଦାବିକୁ ଗ୍ରହଣ କରି ଶିକ୍ଷାଧିକାରୀଙ୍କ ସହିତ ଆଲୋଚନା ଓ ପ୍ରାର୍ଥୀ ମନୋନୟନର ଯାଞ୍ଚ କରି ପରବର୍ତ୍ତୀ କାର୍ଯ୍ୟ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri