ପାଚେରି ଡେଇଁ ୩ ଦିନ ହେଲା କଏଦୀ ଚମ୍ପଟ

ବଡବିଲ,୧୭।୮ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲସ୍ଥିତ ସବ୍‌ଜେଲର ପାଚେରି ଡେଇଁ ଗତ ୧୩ ତାରିଖ ରାତିରେ ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଥିବାରୁ ତାଙ୍କୁ ଧରିବା ଲାଗି ତନାଘନା ଚାଲିଛି। ଅଭିଯୁକ୍ତ ହେଲେ ଗାଢା ହଟିଂ ଅଞ୍ଚଳର ସାୱନ ପାତ୍ର ଓରଫ କୁନା। ଗତ ୧ ତାରିଖରେ ଏକ ବାଇକ ଚୋରି ଘଟଣାରେ ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ବିଚାରାଧୀନ କଏଦୀ ଭାବେ ସବ୍‌ଜେ୍‌ଲରେ ଥିବାବେଳେ ତାଙ୍କୁ ଗତ ୧୩ ତାରିଖ ଅପରାହ୍ନରେ ରୋଷେଇ କାର୍ଯ୍ୟରେ ସହଯୋଗ କରିବାକୁ କୁହାଯାଇଥିଲା। ଏହି ଅବସରରେ ସୁଯୋଗ ଦେଖି ସେ ପ୍ରଶାସନିକ ବିଲ୍ଡିଂ ଉପରେ ଚଢି କୌଣସିମତେ ପାଚେରି ଡେଇଁ ଚମ୍ପଟ ମାରିବାରେ ସଫଳ ହୋଇଥିଲେ। ଘଟଣା ବିଷୟରେ କାହାରିକୁ କିଛି ଜଣା ନ ଥିଲା। ସନ୍ଧ୍ୟାରେ ରାତ୍ରିଭୋଜନ ବେଳେ କଏଦୀ ଗଣତି ହେବା ସମୟରେ ଜଣେ କଏଦୀ କମ୍‌ ପଡିବାରୁ ତନାଘନା ଆରମ୍ଭ ହୋଇଥିଲା। ପରେ ସିସି କ୍ୟାମେରାରୁ କଏଦୀ ଚମ୍ପଟ ମାରିବା ଘଟଣାର ଦୃଶ୍ୟ ଦେଖିବା ପରେ ଘଟଣା ସ୍ପଷ୍ଟ ହୋଇଥିଲା। ଏ ସମ୍ପର୍କରେ ବଡବିଲ ସବ୍‌ଜେଲର ଜେଲର ସୁଧାଂଶୁ ଶେଖର ବେହେରାଙ୍କୁ ପଚାରିବାରୁ ସେ କହିଛନ୍ତି, ଡ୍ୟୁଟିରେ ଅବହେଳା ଯୋଗୁ ବିଚାରଧୀନ କଏଦୀ ସାୱନ କୌଣସି ପ୍ରକାରେ ପାଚେରି ଡେଇଁ ଚମ୍ପଟ ମାରିଛନ୍ତି। ଘଟଣାର ତଦନ୍ତ ଚାଲିଛି। ଡ୍ୟୁଟିରେ ଥିବା କର୍ମଚାରୀଙ୍କ ଅବହେଳାରୁ ଏଭଳି ଘଟଣା ଘଟିଛି। ଏ ନେଇ ସଂପୃକ୍ତ ଜେଲ ୱାର୍ଡର ସଞ୍ଜିିତ କୁମାର ନାୟକ ଓ ବିଜୟ କୁମାର ନାୟକଙ୍କୁ କାରଣଦର୍ଶାଅ ନୋଟିସ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri