Posted inରାଜ୍ୟ

ପାଚେରି ଭୁଶୁଡ଼ି ୪ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା:ଆପରାଧିକ ମାମଲା ରୁଜୁକଲା ପୋଲିସ

ଢେଙ୍କାନାଳ ଅଫିସ,୧୧ା୬ଢେଙ୍କାନାଳ ସହରର ଅଳସୁଆ ହାଟରେ ରବିବାର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡି ୪ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ୫ଜଣ ଆହତ ହୋଇଥିଲେ। ମୃତଦେହଗୁଡିକ ବ୍ୟବଚ୍ଛେଦ ପରେ ପ୍ରଥମେ ଟାଉନ ଥାନାରେ ଏ ସଂକ୍ରାନ୍ତରେ ନଂ.୧୯/୨୦୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିଲା। ହେଲେ ସୋମବାର ଅପମୃତ୍ୟୁ ମାମଲାକୁ ଆପରାଧିକ ମାମଲାରେ ପରିବର୍ତ୍ତନ କରାଯାଇଥିବା ଏସ୍‌ପି ଅନୁପମା ଜେମ୍‌ସ ସୂଚନା ଦେଇଛନ୍ତି ା ଟାଉନ ଥାନାରେ ଏଏସ୍‌ଆଇ ରସାନନ୍ଦ ନାୟକଙ୍କ ଅଭିଯୋଗକୁ ଭିତ୍ତିକରି ନଂ-୧୬୮/୧୯, ଦଫା-୨୮୮, ୩୩୭, ୩୩୮, ୩୦୪(ଏ)ରେ ଏହି ମାମଲା ରୁଜୁ କରାଯାଇଛି। ଘଟଣାର ତଦନ୍ତ ପରେ ଯିଏ ଦୋଷୀ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ପରିତ୍ୟକ୍ତ ରାଇସ୍‌ ମିଲ୍‌ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ସୋମବାର ସୁଦ୍ଧା ଆରମ୍ଭ ହୋଇ ନାହିଁ। ଏ ସମ୍ପର୍କରେ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ କୁହନ୍ତି, ବର୍ତ୍ତମାନ ସୁଦ୍ଧା ଆମ ପାଖକୁ କୌଣସି ନିର୍ଦ୍ଦେଶନାମା ଆସିନାହିଁ। ନିର୍ଦ୍ଦେଶ ଆସିଲେ ତଦନୁଯାୟୀ ପଦକ୍ଷେପ ଗ୍ରହଣ କରାଯିବ। ଅନ୍ୟପଟେ ୪ ମୃତ ବ୍ୟବସାୟୀଙ୍କ ପରିବାରର ଯେ କୌଣସି ସଦସ୍ୟ ବ୍ୟବସାୟ କରିବାକୁ ଚାହିଁଲେ ସେମାନଙ୍କୁ ପୌରସଂସ୍ଥା ପକ୍ଷରୁ ହାଟରେ ନିର୍ମାଣାଧୀନ ଭେଣ୍ଡିଂ ଜୋନରୁ ୪ଟି ଘର ମାଗଣାରେ ଯୋଗାଇ ଦିଆଯିବ ବୋଲି ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ସୂଚନା ଦେଇଛନ୍ତି। ସେହିପରି ମୃତାହତ ଲୋକଙ୍କ ପରିବାରକୁ ପୌରସଂସ୍ଥା ପକ୍ଷରୁ ସହାୟତା ପ୍ରଦାନ ପାଇଁ ଆଲୋଚନା ଜାରି ରହିଛି ବୋଲି ସେ କହିଛନ୍ତି ା ହାଟ ପରିସରରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଘରଗୁଡିକୁ ପୌରସଂସ୍ଥା ପକ୍ଷରୁ ଉଚ୍ଛେଦ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତଙ୍କ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri