ପାଚେରି ଭୁଶୁଡ଼ି ୪ ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ଉଚ୍ଛେଦ ହେବ ବିପଦସଙ୍କୁଳ ଘର

ଢେଙ୍କାନାଳ ଅଫିସ, ୧୨ା୬- ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ ପାଚେରି ଭୁଶୁଡ଼ି ୪ଜଣ ବ୍ୟବସାୟୀଙ୍କ ମୃତ୍ୟୁ ଘଟିବା ପରେ ତତ୍ପର ହୋଇଉଠିଛି ଢେଙ୍କାନାଳ ଜିଲା ପ୍ରଶାସନ। ଭବିଷ୍ୟତରେ ଯେପରି ଏଭଳି ଘଟଣାର ପୁନରାବୃତ୍ତି ନ ହୁଏ ସେ ନେଇ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏ ନେଇ ମଙ୍ଗଳବାର ଗଣମାଧ୍ୟମକୁ ସବିଶେଷ ସୂଚନା ଦେଇଛନ୍ତି ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ।
ସହରରେ ବିପଦସଙ୍କୁଳ ଅବସ୍ଥାରେ ଥିବା ସମସ୍ତ ବ୍ୟକ୍ତିଗତ ଘର, କୋଠା, ଅଟ୍ଟାଳିକା, ସରକାରୀ କାର୍ଯ୍ୟାଳୟକୁ ସିଆରପିସିର ୧୩୩ ଧାରା ଅନୁଯାୟୀ ଭଙ୍ଗାଯିବ। ଆବଶ୍ୟକ ପଡ଼ିଲେ ଉଚ୍ଛେଦ ମଧ୍ୟ କରାଯିବ। ଏଥିଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ କମିଟି ଗଠନ କରାଯିବ। କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ, ଜଣେ କନିଷ୍ଠଯନ୍ତ୍ରୀଙ୍କ ସମେତ ଅନ୍ୟ କର୍ମଚାରୀମାନେ ଉକ୍ତ କମିଟିରେ ରହିବେ। କନିଷ୍ଠଯନ୍ତ୍ରୀ ସରଜମିନ ତଦନ୍ତ କରି ରିପୋର୍ଟ ଦେବେ। ଏହାକୁ ଆଧାର କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି। ଜିଲାପାଳ ଆହୁରି ମଧ୍ୟ କହିଛନ୍ତି, ଟାଉନପ୍ଲାନିଂ ନିୟମ ଅନୁଯାୟୀ ହାଟରୋଡ ନିକଟରେ ବନ୍ଦ ହୋଇପଡ଼ିଥିବା ରାଇସ୍‌ମିଲ ଉକ୍ତ ଅଞ୍ଚଳରେ ହେବା କଥା ନୁହେଁ। ଏ ସମ୍ପର୍କରେ ଅନୁଧ୍ୟାନ କରାଯାଉଛି। ୧୩୩ ସିଆରପିସି ଧାରା ମଧ୍ୟରେ ଆସିଲେ ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପରିତ୍ୟକ୍ତ ରାଇସ୍‌ ମିଲ ମାଲିକଙ୍କ ସମ୍ପର୍କରେ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ମିଳିନାହିଁ। ତଥାପି ଆବଶ୍ୟକ ଅନୁସନ୍ଧାନ କରାଯାଉଛି। ୧୩୩ ସିଆର୍‌ପିସି ଧାରା ଲଗାଇବା ପରେ ଆଉ ନୋଟିସ୍‌ କରିବାର କୌଣସି ଆବଶ୍ୟକତା ନାହିଁ। ଆଗାମୀ ଦିନରେ ଅଳସୁଆ ହାଟର ଉନ୍ନତୀକରଣ କରାଯିବ। ବ୍ୟବସାୟୀଙ୍କ ସୁବିଧା ପାଇଁ ଅଧିକ ପିଣ୍ଡି, ଭେଣ୍ଡିଂ ଜୋନ୍‌ ନିର୍ମାଣ ହେବ। ମୃତ ବ୍ୟବସାୟୀଙ୍କ ପରିବାର ସଦସ୍ୟ ଚାହିଁଲେ ସେମାନଙ୍କୁ ଭେଣ୍ଡିଂ ଜୋନ୍‌ ଘର ଦିଆଯିବ। କଟକରେ ଚିକିତ୍ସିତ ହେଉଥିବା ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଦୃଷ୍ଟି ରଖାଯାଇଥିବା


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି।…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri