ପାଟକୁରା ନିର୍ବାଚନ: ସପ୍ତାହକ ମଧ୍ୟରେ ହୋଇପାରେ ତାରିଖ ଘୋଷଣା

ଭୁବନେଶ୍ୱର, ୪।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ବିଧାନସଭା ଏବଂ ୨୧ ଲୋକ ସଭା ଆସନ ପାଇଁ ଭୋଟ ଶେଷ ହୋଇଛି। ପୂର୍ବତନ ବିଧାୟକ ତଥା ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ପରେ ପାଟକୁରା ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା। ପରବର୍ତ୍ତୀ ସମୟରେ ଏହି ଆସନରେ ମେ ୧୯ତାରିଖରେ ନିର୍ବାଚନ କରିବା ଲାଗି ନିର୍ବାଚନ କମିଶନ ଘୋଷଣା କରିଥିଲେ। ହେଲେ ଗତ ମାସ ୩ ତାରିଖରେ ବାତ୍ୟା ଫନୀ ଯୋଗୁ ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ବ୍ୟାପକ କ୍ଷତି ହୋଇଥିଲା। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାରଣରୁ ନିର୍ବାଚନ ସମୟ ଘୁ଼ଞ୍ଚାଇବାକୁ ଅନୁରୋଧ କରିଥିଲେ। ଏହି କାରଣକୁ ଦୃଷ୍ଟିରେ ରଖି ପାଟକୁରା ନିର୍ବାଚନକୁ ୨ ମାସ ପାଇଁ ନିର୍ବାଚନ କମିଶନ ଘୁଞ୍ଚାଇ ଦେଇଛନ୍ତି। ତେବେ ଏଠାରେ କେବେ ନିର୍ବାଚନ ହେବ ସେନେଇ କୌଣସି ତାରିଖ ଧାର୍ଯ୍ୟ କରାଯାଇନାହିଁ। ଏହା ପୂର୍ବରୁ ଭାଜପାର ପ୍ରତିନିଧିମାନେ ମଧ୍ୟ ପାଟକୁରାରେ ତୁରନ୍ତ ନିର୍ବାଚନ କରିବା ପାଇଁ ତାରିଖ ଘୋଷଣା କରିବାକୁ କମିଶନରଙ୍କ ନିକଟରେ ଆବେଦନ କରିଛନ୍ତି। ଏହା ଉପରେ କମିଶନ କୌଣସି ନିଷ୍ପତ୍ତି ନେଇନାହାନ୍ତି। ଆସନ୍ତା ସପ୍ତାହ ମଧ୍ୟରେ ଏ ନେଇ କମିଶନ ତାରିଖ ଘୋଷଣା କରିପାରିନ୍ତି ବୋଲି ଏକ ବିଶେଷ ସୂତ୍ରରୁ ଜଣାପଡିଛି। ଦୁଇ ମାସ ପାଇଁ ନିର୍ବାଚନ ସ୍ଥଗିତ ଘୋଷଣା ହେବାପରେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ର ଆପତ୍ତି ଉଠାଇଥିଲେ। ହାରିଯିବା ଭୟରେ ବିଜେଡି ଜାଣିଶୁଣି ନିର୍ବାଚନ ବିଳମ୍ବ ପାଇଁ ଷ଼ଡ଼ଯନ୍ତ୍ର କରିଥିବା ସେ ଅଭିଯୋଗ ଆଣିଥିଲେ। ଏହି ଆସନରୁ ବିଜେଡି ସ୍ବର୍ଗତ ଅଗ୍ରଓ୍ବାଲଙ୍କ ସ୍ତ୍ରୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ପ୍ରାର୍ଥୀ କରିଛି। ଅନୁକମ୍ପାମୂଳକ ଭୋଟ ପାଇବାକୁ ବିଜେଡି ଏହି ଯୋଜନା କରିଥିବା ମଧ୍ୟ ବିଭିନ୍ନ ମହଲରେ ଚର୍ଚ୍ଚା ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri