ପାଟକୁରା ସଙ୍ଗଠନ ସଜାଡ଼ିବାକୁ ବୈଠକ

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ପାଟକୁରା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ବିଜୟ ପରେ ଦ୍ୱିତୀୟ ଥର ଲାଗି ଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଥମେ ନିର୍ବାଚନ ପରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ବିଜେଡି ରାଜ୍ୟ କାର୍ଯ୍ୟାଳୟଠାରେ ରବିବାର ଅନୁଷ୍ଠିତ ବୈଠକରେ ପାଟକୁରା ସଙ୍ଗଠନକୁ ସୁଦୃଢ଼ କରିବା ଏବଂ ବିକାଶ ଉପରେ ମୁଖ୍ୟତଃ ଅଧିକ ଗୁରୁତ୍ୱ ଦିଆଯାଇଛି। ନିର୍ବାଚନ ପରେ ବର୍ତ୍ତମାନ ଏହି ଆସନକୁ ନେଇ କ’ଣ ସବୁ ସମସ୍ୟା ରହିଛି ଏବଂ ସଙ୍ଗଠନରେ ଥିବା ଦୁର୍ବଳତା ସମ୍ପର୍କରେ ନେତାମାନେ ନିଜ ନିଜର ମତାମତ ରଖିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ପାଟକୁରା ନିର୍ବାଚନରେ ବିଜେଡି ଓ ଭାଜପା ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା। ଏହି ଆସନକୁ ନିଜ ଅକ୍ତିଆରରେ ରଖିବା ପାଇଁ ବିଜେଡି ନିଜର ସମ୍ପୂର୍ଣ୍ଣ ବଳ ଲଗାଇଦେଇଥିଲା। ମାଳମାଳ ନେତା ପାଟକୁରାରେ ରହି ଦଳର ଭୋଟ ବଢ଼ାଇବାର ଦାୟିତ୍ୱ ନେଇଥିଲେ। ଏହି ନିର୍ବାଚନମଣ୍ଡଳୀର ଭୋଟ ଦୁଇରୁ ଚାରି ଭାଗରେ ପରିଣତ ହୋଇଥିଲା, ଯାହାକି ସେହି ସମୟରେ ଦାୟିତ୍ୱ ପାଇଥିବା ନେତାମାନଙ୍କ ଦ୍ୱାରା ସଜଡା ଯାଇ ବିଜେଡି ନିର୍ବାଚନ ଲଢ଼ିଥିଲା। ସେହିସବୁ ସମସ୍ୟାର ସମ୍ପୂର୍ଣ୍ଣ ସମାଧାନ କରିବା ପାଇଁ ସବୁ ନେତା ଏକାଠି ହୋଇଥିବା ବୈଠକରେ ଉପସ୍ଥିତ ଥିବା ଜଣେ ନେତା କହିଛନ୍ତି। ଅନ୍ୟପଟେ ପାଟକୁରା ନିର୍ବାଚନର ମୁଖ୍ୟ ଦାୟିତ୍ୱ ପାଇଥିବା ନେତାମାନେ ହିଁ ବୈଠକରେ ଉପସ୍ଥିତ ଥିଲେ।
ବରିଷ୍ଠ ନେତା ତଥା ମନ୍ତ୍ରୀ ପ୍ରଫୁଲ୍ଲ ମଲିକ କହିଛନ୍ତି, ପାଟକୁରା ନିର୍ବାଚନମଣ୍ଡଳୀର କର୍ମୀମାନଙ୍କୁ ନେଇ ବୈଠକ ହୋଇଛି। ନିର୍ବାଚନ ସମୟରେ କର୍ମୀମାନେ ଅଲଗା ଅଲଗା ହୋଇ ରହିଥିଲେ, ସେତେବେଳେ ସେମାନଙ୍କୁ ଏକାଠି କରାଯାଇଥିଲା। ଆଗକୁ ସମସ୍ତେ କିପରି ଏକାଠି ହୋଇ କାର୍ଯ୍ୟ କରିବେ ସେନେଇ ଆଲୋଚନା ହୋଇଛି ବୋଲି ପ୍ରଫୁଲ୍ଲ କହିଛନ୍ତି। ପ୍ରତାପ ଦେବ କହିଛନ୍ତି, ପାଟକୁରାରେ ବିକାଶମୂଳକ କାର୍ଯ୍ୟ କରିବା ନେଇ ଆଲୋଚନା ହୋଇଛି। ମୁଖ୍ୟମନ୍ତ୍ରୀ ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ଠିକ୍‌ ଢଙ୍ଗରେ ପାଳନ କରିବା ଦିଗରେ ସମସ୍ତେ ମତ ରଖିଛନ୍ତି। ପାଟକୁରା ବିଧାୟିକାଙ୍କୁ କର୍ମୀମାନେ ବିରୋଧ କରିବା ଘଟଣାକୁ ସେ ଖଣ୍ଡନ କରିିବା ସହିତ ଏହା ଅମୂଳକ ବୋଲି କହିଛନ୍ତି।
ସୂଚନାଯୋଗ୍ୟ ଯେ, ୨୦୧୯ ସାଧାରଣ ନିର୍ବାଚନ ସମୟରେ ପାଟକୁରା ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ଯୋଗୁ ସେଠାରେ ନିର୍ବାଚନ ଘୁଞ୍ଚିଥିଲା। ଏହି ଆସନରେ ବିଜେଡି ତାଙ୍କ ସ୍ତ୍ରୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ପ୍ରାର୍ଥୀ କରିଥିଲା। ସାବିତ୍ରୀ ଅଗ୍ରଓ୍ବାଲ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ଜିତିଥିଲେ। ନିର୍ବାଚନର କିଛିଦିନ ପରେ ସିବିତ୍ରୀଙ୍କ ବିରୋଧରେ କେତେଜଣ ଦଳୀୟ କର୍ମୀ ନବୀନ ନିବାସରେ ଅଭିଯୋଗ କରିଥିବା ଚର୍ଚ୍ଚା ହୋଇଥିଲା। ରବିବାର ବୈଠକରେ ପ୍ରତାପ ଦେବ, ମନ୍ତ୍ରୀ ଅରୁଣ ସାହୁ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମନ୍ତ୍ରୀ ପ୍ରଫୁଲ୍ଲ ମଲିକ, ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସଚୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri