ପାଟଣା ବିଧାନସଭାରେ ବିଜେଡିର ବାଜିମାତ: ପ୍ରାର୍ଥୀ ଜଗନ୍ନାଥ ନାଏକ ୭୭୯୬ ଖଣ୍ଡ ଭୋଟରେ ବିଜୟୀ

ପାଟଣା, ୨୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ଏସ୍‌ଟି ସଂରକ୍ଷିତ ନିର୍ବାଚନମଣ୍ଡଳୀ ପାଇଁ ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ରାତି ୯ଟାରେ ଶେଷ ହୋଇଛି। ଭୋଟ ଗଣତି ପାଇଁ ମୋଟ ୧୦୩ ସରକାରୀ କର୍ମଚାରୀ ନିୟୋଜିତ ହୋଇଥିଲେ। ଚୂଡାନ୍ତ ୨୮ଟି ପର୍ଯ୍ୟାୟ ଭୋଟ ଗଣତି ପରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ମୋଟ ୭୦୩୧୦ ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭଜପାର ବିଧାୟକ ପ୍ରାର୍ଥୀ ଭବାନୀ ଶଙ୍କର ନାୟକ ୬୨୫୧୪ ଭୋଟ ପାଇଁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ।
ସର୍ବଶେଷ ତଥ୍ୟ ଅନୁଯାୟୀ, ଜଗନ୍ନାଥ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଭବାନିଶଙ୍କରଙ୍କ ଠାରୁ ୭୭୯୬ ଖଣ୍ଡ ଅଧିକ ଭୋଟରେ ନିର୍ବାଚିତ ହୋଇଛନ୍ତି। ଜଗନ୍ନାଥ ତାଙ୍କ ଜିତିବାର ଶ୍ରେୟ ପାଟଣା ଅଞ୍ଚଳବାସୀ ଓ ନବୀନ ପଟ୍ଟନାୟକଙ୍କୁ ଦେଇଛନ୍ତି। ପାଟଣା ନିର୍ବାନମଣ୍ଡଳୀର ସର୍ବାଙ୍ଗୀନ ବିକାଶ ପାଇଁ ସେ କାମ କରିବେ ବୋଲି କହିଛନ୍ତି।
ତୃତୀୟ ସ୍ଥାନରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ବିନୋଦବିହାରି ନାଏକ ୧୩୦୨୯ ଖଣ୍ଡ ଭୋଟ ପାଇଥିବା ବେଳେ ସ୍ବାଧୀନ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାଏକ ୮୦୪୩ ଖଣ୍ଡ ଭୋଟ ପାଇ ଚତୁର୍ଥ ସ୍ଥାନରେ ରହିଛନ୍ତି। ଅତିରିକ୍ତ ଜିଲାପାଳ ଓ ନିର୍ବାଚନ ଅଧିକାରୀ ଭକ୍ତଚରଣ ପ୍ରଧାନଙ୍କ ସୂଚନା ମୁତାବକ ଦୁଇଟି ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ରହିଥିବାରୁ ଉକ୍ତ ବୁଥ୍‌ରେ ଭୋଟ ଗଣତି ହୋଇପାରି ନାହିଁ। ଆଗକୁ ମଧ୍ୟ ସେଠାରେ ଭୋଟ ଗଣତି ହେବାର ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri