ପାଟଣା ରେଞ୍ଜରେ ୨୩ ବଣୁଆ ହାତୀ: ଉଜାଡିଲେ ଧାନ ଫସଲ, କ୍ଷତିପୂରଣ ଦାବି

ପାଟଣା,୧୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସାହାରପଡ଼ା ଓ ଗରାଣ୍ଡିଯୋଡି ସେକ୍ସନରେ ସୋମବାର ରାତିରେ ମୟୂରଭଞ୍ଜ ଜିଲା କରଞ୍ଜିଆ ରେଞ୍ଜରୁ ୨୩ଟି ଝାଡ଼ଖଣ୍ଡି ହାତୀ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି।
ସୂଚନା ଅନୁଯାୟୀ, ଏହି ବଣୁଆ ହାତୀଗୁଡ଼ିକ କରଞ୍ଜିଆ ରେଞ୍ଜରୁ ପାଟଣା ରେଞ୍ଜର ବାଇକଳାସ୍ଥିତ ଜଟିଆ ହୁଡ଼ିରେ ଆଶ୍ରୟ ନେଇଥିଲେ। ରାତିରେ ଗୋଜିଟାଙ୍ଗିରି ଓ ବାଇକଳା ଅଞ୍ଚଳ ଧାନ ବିଲରେ ପଶି ଫସଲ ଖାଇବା ସହ ବ୍ୟାପକ କ୍ଷେତ ଦଳିଚକଟି ନଷ୍ଟ କରିଦେଇଛନ୍ତି। ବନବିଭାଗ କର୍ମଚାରୀ ଓ ସ୍ଥାନୀୟ ଲୋକେ ହାତୀଙ୍କୁ ଘଉଡାଇବାରୁ ହାତୀପଲ ମଙ୍ଗଳବାର କରଞ୍ଜିଆ ମୁହାଁ ହୋଇଛନ୍ତି। ଚାଷୀମାନଙ୍କୁ କ୍ଷତିପୂରଣ ଯୋଗାଇଦେବାକୁ ସ୍ଥାନୀୟ ଅଞ୍ଚଳରେ ଦାବି ହୋଇଛି । ଏ ନେଇ ପାଟଣା ରେଞ୍ଜର ପିବିତ୍ରମୋହନ ନାଏକଙ୍କୁ ପଚାରିବାରୁ ହାତୀପଲ ବର୍ତ୍ତମାନ କରଞ୍ଜିଆ ରେଞ୍ଜର ବଡ଼ଦେଉଳିକୁ ଚାଲିଯାଇଥିବା କହିଛନ୍ତି। ରେଞ୍ଜରଙ୍କ ସୂଚନା ଅନୁଯାୟୀ ଗୋଜିଟାଙ୍ଗିରୀ ଗ୍ରାମର ଦୈତାରୀ ନାଏକ, କ୍ଷୀରୋଦ ନାଏକ, ସୁଦର୍ଶନ ନାଏକ ଓ ନିଧି ନାଏକଙ୍କ ଧାନ କ୍ଷେତ ନଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri