ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଅରୁଣ ବୋଥ୍ରାଙ୍କୁ ଲିଗାଲ ନୋଟିସ

ବଲାଙ୍ଗୀର ଅଫିସ,୧୫-୧:ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ତତ୍କାଳୀନ ତଦନ୍ତକାରୀ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ସ୍ତ୍ରୀ ସୌଦାମିନୀ ମେହେର ଓକିଲ ଜରିଆରେ ଲିଗାଲ ନୋଟିସ୍‌ ପଠାଇଛନ୍ତି। ସୌଦାମିନୀଙ୍କ ଟୁଇଟର ଆକାଉଣ୍ଟରେ ଏଭଳି ତଥ୍ୟ ଶେୟାର କରାଯିବା ପରେ ଘଟଣାଟି ଚର୍ଚ୍ଚାର ବିଷୟ ହୋଇଛି। ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ନେଇ ‘ପାଟଣାଗଡ଼’ ଶୀର୍ଷକ ଚଳଚ୍ଚିତ୍ର ନିର୍ମାଣକୁ ସୌଦାମିନୀ ମୂଳରୁ ବିରୋଧ କରିଆସୁଛନ୍ତି। ଏହି ଚଳଚ୍ଚିତ୍ର ନିର୍ମାଣର ପ୍ରମୋଟର ଭାବେ ଆଇପିଏସ୍‌ ଅଫିସର ଅରୁଣ ବୋଥ୍ରାଙ୍କୁ ଚିତ୍ରଣ କରି ସୌଦାମିନୀଙ୍କ ତରଫରୁ ଲିଗାଲ ନୋଟିସ ଦିଆଯାଇଛି। ଉକ୍ତ ନୋଟିସ ସମ୍ପର୍କରେ ଆଇପିଏସ୍‌ ବୋଥ୍ରାଙ୍କ ସହ ଭାରତର ରାଷ୍ଟ୍ରପତିଙ୍କ ସଚିବ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଓ ସଚିବ, ଓଡିଶା ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ରାଜ୍ୟ ଗୃହ ମନ୍ତ୍ରଣାଳୟ, ଓଡ଼ିଶା ପୋଲିସ ଡିଜିଙ୍କ ସହ ଅନ୍ୟମାନଙ୍କୁ ଅବଗତ କରାଯାଇଛି।
୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟିଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ନବବଧୂ ରିମା ସାହୁ ଗୁରୁତର ଆହତ ହୋଇ ଦୀର୍ଘଦିନ ଧରି ଚିକିତ୍ସିତ ହୋଇଥିଲେ। ବିବାହ ଉତ୍ସବର ୫ ଦିନ ପରେ ଉପହାର ପ୍ୟାକେଟ୍‌ ଜରିଆରେ ଏହି ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିବା ରାଜ୍ୟ ତଥା ଜାତୀୟ ସ୍ତରରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଘଟଣାରେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା ବଲାଙ୍ଗୀର, ପାଟଣାଗଡ, ରାୟପୁର ଅଞ୍ଚଳରେ ତଦନ୍ତ କରି ଭଇଁଷା କଲେଜ ଇଂଲିଶ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଘଟଣାର ମାଷ୍ଟରମାଇଣ୍ଡ ଓ ଅଭିଯୁକ୍ତ ଦର୍ଶାଇ ଗିରଫ କରିଥିଲେ।
ଭଇଁଷା କଲେଜରେ ମୃତ ସୌମ୍ୟଶେଖରଙ୍କ ମା’ ସଂଯୁକ୍ତା ସାହୁ ଅଧ୍ୟକ୍ଷା ଭାବେ କାମ କରୁଥିଲେ। ସଂଯୁକ୍ତାଙ୍କ ପ୍ରତି ପ୍ରତିଶୋଧପରାୟଣ ହୋଇ ପୁଞ୍ଜିଲାଲ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟାଇଥିଲେ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଥିଲା। ଏହି ଘଟଣାକୁ ନେଇ ‘ପାଟଣାଗଡ଼’ ଶୀର୍ଷକରେ ଏକ ଚଳଚ୍ଚିତ୍ର ନିର୍ମାଣ ହେଉଥିତ୍ବା ଜଣାପଡିବା ପରେ ଏହାକୁ ସୌଦାମିନୀ ବିରୋଧ କରିଥିଲେ। ପୁଞ୍ଜିଲାଲଙ୍କୁ ନିର୍ଦ୍ଦୋଷ କହି ତାଙ୍କୁ ଫସାଇ ଦେଇଥିବା ଅଭିଯୋଗ କରିଥିଲେ। ଏହାପରେ ‘ପାଟଣାଗଡ଼’ ଚଳଚ୍ଚିତ୍ରର ପ୍ରଯୋଜକ, ନିର୍ମାତା ଓ ନିର୍ଦ୍ଦେଶକ ଓ କଳାକାରଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଅରୁଣ ବୋଥ୍ରାଙ୍କ କାରଣରୁ ତାଙ୍କ ସ୍ବାମୀ ପୁଞ୍ଜିଲାଲ ଓ ପରିବାରର ମାନହାନି ହୋଇଥିବା ଦର୍ଶାଇ ତାଙ୍କୁ ଲିଗାଲ ନୋଟିସ ପ୍ରଦାନ କରିଥିତ୍ବା ଜଣାପଡିଛି। ସୌଦାମିନୀଙ୍କ ତରଫରୁ ସୁପ୍ରିମକୋର୍ଟ ଓକିଲ ସୌଫି ଶୁର୍‌ଲୀନ କୌର ଜାଗୀ ଅରୁଣ ବୋଥ୍ରାଙ୍କୁ ଗତ ଜାନୁୟାରୀ ୫ ତାରିଖରେ ନୋଟିସ ପଠାଇଥିବା ଜଣାପଡିଛି। ଏନେଇ ସୌଦାମିନୀଙ୍କ ଟୁଇଟର ଆକାଉଣ୍ଟରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri