ପାଟଣାଗଡ଼ ବିଧାୟକଙ୍କ ଗିରଫ ଦାବିକଲା ଇଞ୍ଜିନିୟର ସଂଘ

ଛତ୍ରପୁର,୧୧ା୬(ଡି.ଏନ.ଏ)-ବଲାଙ୍ଗୀର ଜିଲା ପାଟଣାଗଡ ବିଧାୟକ ସରୋଜ ମେହେରଙ୍କୁ ତୁରନ୍ତ ଗିରଫ କରିବାକୁ ଓଡିଶା ଡିପ୍ଲୋମା ଇଞ୍ଜିନିୟର ସେବା ସଂଘ ଗଞ୍ଜାମ ଡିଭିଜନାଲ କମିଟି ପକ୍ଷରୁ ଦାବି ହୋଇଛି। ଏ ନେଇ ସୋମବାର ମୁଖ୍ୟ ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଛତ୍ରପୁରଠାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ପ୍ରଦାନ କରାଯାଇଛି। ପ୍ରକାଶ ଯେ, ସଂଘ ସଦସ୍ୟ ଇଂ. ଜୟକାନ୍ତ ଶବରଙ୍କୁ ରାସ୍ତା ମଝିରେ ସର୍ବ ସମ୍ମୁଖରେ ବିଧାୟକ ମେହେର କାନଧରି ଶହେ ଥର ବସ୍‌ଉଠ କରାଇବା ସହ ଜାତିଆଣ ଆକ୍ଷେପ କରି ଗାଳିଦେବା ଓ ଘଟଣାସ୍ଥଳରେ ଉପସ୍ଥିତ ଥିବା ନିର୍ବାହୀଯନ୍ତ୍ରୀଙ୍କୁୂ ଯନ୍ତ୍ରୀ ଶବରଙ୍କୁ ଚାପୁଡା ମାରିବାକୁ ନିର୍ଦ୍ଦେଶ ଦେବା ଭଳି କାର୍ଯ୍ୟ କରି ଆଇନ୍‌କୁ ହାତକୁ ନେଇଛନ୍ତି। ଗଞ୍ଜାମ ଶାଖା ଇଞ୍ଜିନିୟର ସଂଘ ଏହାର ଦୃଢ ନିନ୍ଦା କରିଛି। ଆଇନ୍‌ ଅନୁଯାୟୀ ପଦକ୍ଷେପ ନେଇ ବିଧାୟକଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ସଂଘ ଦାବି କରିଛି। ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣରେ ବିଳମ୍ବ କଲେ ସାରା ରାଜ୍ୟରେ ସଂଘ ବାଧ୍ୟ ହୋଇ ବିକଳ୍ପ ପନ୍ଥା ଗ୍ରହଣ କରିବ ଓ ଏଥିପାଇଁ ସରକାର ଦାୟୀ ରହିବେ ବୋଲି ସତର୍କ କରିଦିଆଯାଇଛି। ସ୍ମାରକପତ୍ର ପ୍ରଦାନ ବେଳେ ସଂଘର ଦକ୍ଷିଣାଞ୍ଚଳ ମହାମଣ୍ଡଳ ସଂପାଦକ ବନ ବିହାରୀ ପଣ୍ଡା, ଜିଲା ସଂଘର ସଭାପତି ଇଂ ସୁବାସ ଚନ୍ଦ୍ର ପାତ୍ର, ଉପସଭାପତି ଇଂ ଭଗବାନ ରଥ, ସାଧାରଣ ସମ୍ପାଦକ ଇଂ ସୁଦର୍ଶନ ଶତପଥୀ, ପରାମର୍ଶଦାତା ବିଜୟ କୁମାର ପଣ୍ଡା, ଅଡିଟର ଇଂ ଶଶାଙ୍କ ଶେଖର ପାଢୀ, ଇଂ ବିନ୍ଦୁ ସାଗର ପଣ୍ଡା, ବାବୁ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri