‘ପାଟଣାଗଡ଼’ ରିଲିଜ୍‌ ଉପରେ ରୋକ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଉପରେ ନିର୍ମିତ ଫିଲ୍ମ ‘ପାଟଣାଗଡ଼’କୁ ନେଇ ପୁଣିଥରେ ବିବାଦ ଦେଖାଦେଇଛି। ଫିଲ୍ମ ରିଲିଜ୍‌ ପୂର୍ବରୁ ଏହା ଉପରେ ସୋମବାର ଅଙ୍କୁଶ ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ପୁଞ୍ଜିଲାଲଙ୍କ ପତ୍ନୀ ଦାଏର କରିଥିବା ମାମଲା ଉପରେ ଶୁଣାଣି କରି ବମ୍ବେ ହାଇକୋର୍ଟ ଏହି ରାୟ ଶୁଣାଇଛନ୍ତି। ଏନେଇ ଫିଲ୍ମର ପ୍ରଯୋଜକ, ନିର୍ଦ୍ଦେଶକ ଓ ଅନ୍ୟମାନଙ୍କୁ ନୋଟିସ ଜାରି କରାଯାଇଥିବା ବେଳେ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଜବାବ ଦାଖଲ ପାଇଁ କୁହାଯାଇଛି। ଅନ୍ୟପକ୍ଷରେ ପାଟଣାଗଡ଼ ଫିଲ୍ମକୁ ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ(ସିବିଏଫ୍‌ସି) ପକ୍ଷରୁ ଏଯାବତ ସାର୍ଟିଫିକେଶନ ଦିଆଯାଇନାହିଁ। ତେଣୁ ରିଲିଜ୍‌ ତାରିଖ ବର୍ତ୍ତମାନ ସୁଦ୍ଧା ସ୍ଥିର ହୋଇ ନ ଥିବାବେଳେ ଏହା ଉପରେ ରୋକ ଲଗାଇବା ଦୁର୍ଭାଗ୍ୟଜନକ ବୋଲି ଫିଲ୍ମର ୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ହୋଇଥିବା ପାର୍ସଲ ବୋମା ବିସ୍ଫୋରଣ ଗୋଟିଏ ପରିବାରକୁ ଛାରକାର କରିଦେଇଥିଲା। ଘରେ ବିବାହ ଉତ୍ସବ ପରିବେଶରେ ଉପହାରରେ ମିଳିଥିବା ପାର୍ସଲ ବୋମା ନେଇଯାଇଥିଲା ଦୁଇଜଣଙ୍କ ଜୀବନ। ଆଉ ନବବିବାହିତା ରୀମାରାଣୀ ଏଥିରେ ଗୁରୁତର ଆହତ ହୋଇ ବଞ୍ଚିଯାଇଥିବାବେଳେ ତାଙ୍କ ହାତରୁ ମେହେନ୍ଦୀ ନ ଛାଡ଼ି ମଥାରୁ ସିନ୍ଦୂର ଲିଭିଯାଇଥିଲା। ତେବେ ତଦନ୍ତ ପରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର ଉପହାରରେ ବୋମା ପଠାଇଥିବା ଜଣାପଡ଼ିବା ପରେ ଘଟଣାକୁ ନେଇ ସାରା ଦେଶରେ ଚାଞ୍ଚଲ୍ୟ ଖେଳିଯାଇଥିଲା। ତେବେ ପ୍ରଯୋଜକ ଶ୍ରୀଧର ମାର୍ଥା ଏହି କାହାଣୀକୁ ନେଇ ତେଲୁଗୁ ଏବଂ ଓଡ଼ିଆ ଭାଷାରେ ‘ପାଟଣାଗଡ଼’ ଫିଲ୍ମ ନିର୍ମାଣ କରିଛନ୍ତି। ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍‌ଙ୍କ ଭୂମିକାରେ ଲୋକପ୍ରିୟ ଅଭିନେତା ମନୋଜ ମିଶ୍ର ଫିଲ୍ମରେ ଅଭିନୟ କରିଛନ୍ତି। ସେହିପରି ଘଟଣାର ତଦନ୍ତ କରିଥିବା କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କ ଭୂମିକାରେ ବଲିଉଡ୍‌ ଅଭିନେତା ଅତୁଲ କୁଲ୍‌କଣ୍ଣର୍ର୍ୀ ଅଭିନୟ କରିଛନ୍ତି। ତେବେ ଫିଲ୍ମ ରିଲିଜ୍‌କୁ ନେଇ ପୁଞ୍ଜିଲାଲ ମେହେରଙ୍କ ପତ୍ନୀ ସୌଦାମିନୀ ମେହେର ବମ୍ବେ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ସୋମବାର ଏନେଇ ଶୁଣାଣି ହୋଇଥିବାବେଳେ ଫିଲ୍ମ ରିଲିଜ୍‌ ଉପରେ ରୋକ ଲଗାଯାଇଛି। ସମ୍ପୃକ୍ତ ଅଭିଯୁକ୍ତଙ୍କ ଟ୍ରାଏଲ ନ ସରିବା ପର୍ଯ୍ୟନ୍ତ ଫିଲ୍ମଟି ରିଲିଜ୍‌ ହୋଇପାରିବ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାରେ ପ୍ରଯୋଜକ ଶ୍ରୀଦ୍ଧର ମାର୍ଥା, ଅଭିନେତା ଅତୁଲ କୁଲକର୍ଣ୍ଣୀ, ମନୋଜ ମିଶ୍ର, ସୁନିତା କ୍ରିଷ୍ଣନ୍‌ ଏବଂ ଆଇପିଏସ ଅରୁଣ ବୋଥ୍ରାଙ୍କୁ ବମ୍ବେ ହାଇକୋର୍ଟ ନୋଟିସ୍‌ ଜାରି କରିଥିବା ଜଣାପଡ଼ିଛି। ପୂର୍ବରୁ ଏନେଇ ଓଡ଼ିଶା ହାଇକୋର୍ଟ ଏବଂ ସୁପ୍ରିମକୋର୍ଟରେ ମାମଲା ହୋଇଥିବାବେଳେ ଫିଲ୍ମ ରିଲିଜ୍‌କୁ ସବୁଜ ସଙ୍କେତ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri