‘ପାଟଣାଗଡ଼’ ରିଲିଜ୍‌କୁ ସବୁଜ ସଂକେତ:ସ୍ଥଗିତାଦେଶ ପାଇଁ ମନାକଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୬ା୧୧(ବ୍ୟୁରୋ):ବହୁଚର୍ଚ୍ଚିତ ଫିଲ୍ମ ‘ପାଟଣାଗଡ଼’ର ରିଲିଜ୍‌ ନେଇ ହାଇକୋର୍ଟଙ୍କ ପରେ ଏବେ ସୁପ୍ରିମକୋର୍ଟରୁ ମଧ୍ୟ ସବୁଜ ସଂକେତ ମିଳିଛି। ଫିଲ୍ମ ରିଲିଜ୍‌ ଉପରେ ସ୍ଥଗିତାଦେଶ ଜାରି କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ସ୍ପଷ୍ଟ ମନା କରିଦେଇଛନ୍ତି। ୨୦୧୮ରେ ବଲାଙ୍ଗୀର ଜିଲା ପାଟଣାଗଡ଼ରେ ହୋଇଥିବା ପାର୍ସଲ ବୋମା ବିସ୍ଫୋରଣ ଘଟଣା ଉପରେ ଆଧାରିତ ଏହି ଫିଲ୍ମ ନଭେମ୍ବର ୮ରେ ଓଡ଼ିଆ, ହିନ୍ଦୀ ଏବଂ ତେଲୁଗୁ ଭାଷାରେ ରିଲିଜ୍‌ ହେବାକୁ ସ୍ଥିର ହୋଇଛି। ଫିଲ୍ମ ରିଲିଜ୍‌ ଉପରେ ରୋକ ଲଗାଇବାକୁ ପାର୍ସଲ ବୋମା ଘଟଣାର ଅଭିଯୁକ୍ତ ପୁଞ୍ଜିଲାଲ୍‌ ମେହେରଙ୍କ ପତ୍ନୀ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜଷ୍ଟିସ ଏସ୍‌.ଏ. ବୋବ୍‌ଡେ, ଜଷ୍ଟିସ୍‌ ଏସ୍‌. ଅବ୍‌ଦୁଲ ନାଜିର୍‌ ଏବଂ ଜଷ୍ଟିସ୍‌ କ୍ରୀଷ୍ଣା ମୁରାରୀଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଶୁଣାଇଛନ୍ତି। ଯଦି ଫିଲ୍ମର କାହାଣୀକୁ ନେଇ କୌଣସି ଅଭିଯୋଗ ଥାଏ, ତା’ହେଲେ ଅଭିଯୋଗକାରୀ ଆସନ୍ତା ୩୦ଦିନ ମଧ୍ୟରେ ସେନ୍‌ସର୍‌ ବୋର୍ଡର ଦ୍ୱାରସ୍ଥ ହେବାକୁ ଖଣ୍ଡପୀଠ କହିଛନ୍ତି। ଆବେଦନକାରୀଙ୍କ ଆପତ୍ତି ନେଇ ବିଚାର କରିବାକୁ ବୋର୍ଡ଼କୁ ନିର୍ଦ୍ଦେଶ ଦିଆଯାଇଛି।
ଉଲ୍ଲେଖଯୋ୍ଯଯ, ୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ହୋଇଥିବା ବହୁଚର୍ଚ୍ଚିତ ପାର୍ସଲ ବୋମା ଘଟଣା ଉପରେ ଫିଲ୍ମର କାହାଣୀ ଆଧାରିତ। ଫିଲ୍ମରେ ମୁଖ୍ୟ ଭୂମିକାରେ ବଲିଉଡ୍‌ ଅଭିନେତା ଅତୁଲ କୁଲକର୍ଣ୍ଣୀ, ୟଶପାଲ ଶର୍ମା, ଲୋକପ୍ରିୟ ଓଡ଼ିଆ ଫିଲ୍ମ ଅଭିନେତା ମନୋଜ ମିଶ୍ର, ପୁଷ୍ପା ପଣ୍ଡା, ଅନୁ ଚୌଧୁରୀ, ତେଲୁଗୁ ଅଭିନେତା ଥନିକେଲ୍ଲା ଭାରାଣୀ ପ୍ରମୁଖ ଅଭିନୟ କରିଛନ୍ତି। ରାଜେଶ ଟଚରିଭର୍‌ଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଫିଲ୍ମର ପ୍ରଯୋଜକ ହେଉଛନ୍ତି ଶ୍ରୀଧର ମାର୍ଥା। ବଲାଙ୍ଗୀରରେ ନବ ବିବାହିତ ଦମ୍ପତି ସୌମ୍ୟ ଏବଂ ରୀମାଙ୍କୁ ବାହାଘର ଉପହାରରେ ମିଳିଥିଲା ଏକ ବୋମା। ନବ ବିବାହିତ ଯୋଡ଼ି ଉତ୍ସାହିତ ହୋଇ ନିଜ ବାହାଘର ଉପହାରଗୁଡ଼ିକୁ ଖୋଲିବାବେଳେ ବୋମା ଫୁଟି ଘଟଣାସ୍ଥଳରେ ହିଁ ସୌମ୍ୟଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପଟେ ରୀମା ମଧ୍ୟ ଗୁରୁତର ଭାବେ ଆହତ ହୋଇଥିଲେ। ଏହି ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ପୁଞ୍ଜିଲାଲ ମେହେର ମୁଖ୍ୟ ଅପରାଧୀ ସାବ୍ୟସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri