ପାଟପୁରରେ ପୁଣି ଲଜ୍ୟା: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ; ଗ୍ରାମର ମୁଖିଆ ଅଟକ

ପାଟପୁର,୯ା୧୨- ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଏକ ଗାଁରେ ଜଣେ ୬ ବର୍ଷୀୟା ବାଳିକାଙ୍କୁୁ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଏ ନେଇ ପାଟପୁର ପୋଲିସ ନଂ. ୨୬୩/୧୯ରେ ମାମଲା ରୁଜୁ କରି ଉକ୍ତ ଗ୍ରାମର ମୁଖିଆ (୬୨)ଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ଗତ ମଙ୍ଗଳବାର ଅପରାହ୍ନରେ ନାବାଳିକା ଘର ସମ୍ମୁୁଖରେ ସାଇକେଲ ଚଲାଉଥିବା ବେଳେ ଅଭିଯୁକ୍ତ ତାଙ୍କୁ ପଇସା ପ୍ରଲୋଭନ ଦେଖାଇ ଗାଁ ଶେଷ ମୁଣ୍ଡରେ ଥିବା ଠାକୁରାଣୀ ମନ୍ଦିର ନିକଟକୁ ଡାକି ନେଇ ବଳାତ୍କାର କରିଥିଲେ। ଶନିବାର ଅଭିଯୁକ୍ତ ପୀଡ଼ିତାଙ୍କ ଘରକୁ ଆସି ଧାନ କିଣାବିକାକୁ ନେଇ ତାଙ୍କ ଜେଜେଙ୍କ ସହ କଥା ହେଉଥିଲେ। ଏହି ସମୟରେ ପୀଡ଼ିତା ସେଠାରେ ପହଞ୍ଚତ୍ଥିଲେ। ହେଲେ ଅଭିଯୁକ୍ତ ତାଙ୍କୁ ତିରସ୍କାର କରିବାରୁ ପୀଡ଼ିିତା ଏଥିରେ ଉତ୍‌କ୍ଷିପ୍ତ ହୋଇ ଘର ଲୋକଙ୍କୁ ସବୁ କଥା କହିଥିଲେ। କିନ୍ତୁ ଅଭିଯୁକ୍ତ ଜଣକ ସେଠାରୁ କୌଶଳକ୍ରମେ ଚମ୍ପଟ ମାରିଥିଲେ। ଏହା ଜାଣି ପୀଡିତାଙ୍କ ପରିବାର ଥାନାକୁ ଯିବା ପାଇଁ ଅଟୋ ଡାକିଥିଲେ, ମାତ୍ର ସମସ୍ତ ଅଟୋ ମାଲିକ ମନା କରିଦେବାରୁ ପୀଡ଼ିତାଙ୍କ ମା’ ମୋବାଇଲ ଫୋନ୍‌ ଯୋଗେ ଚାଇଲ୍‌ଡଲାଇନ କର୍ତ୍ତୃପକ୍ଷଙ୍କୁ ସମସ୍ତ ଘଟଣା ଜଣାଇଥିଲେ। ଚାଇଲ୍‌ଡଲାଇନ କର୍ତ୍ତୃପକ୍ଷ ପୀଡିତାଙ୍କ ଗାଁରେ ପହଞ୍ଚତ୍ ସରଜମିନ ତଦନ୍ତ କରିଥିଲେ। ପରେ ବ୍ରହ୍ମପୁରସ୍ଥିତ ଚାଇଲ୍‌ଡଲାଇନର କେନ୍ଦ୍ର ସଂଯୋଜକ ସାଇ ପ୍ରସାଦ ସାମଲ ଏବଂ ସୁପରଭାଇଜର ଜ୍ୟୋତ୍ସ୍ନାରାଣୀ ପାତ୍ର, ଟିମ ମେମ୍ବର ପ୍ରଣତି କୋରଙ୍କ ସହଯୋଗରେ ପୀଡ଼ିତାଙ୍କ ମା’ ପାଟପୁର ଥାନାରେ ଏତଲା ଦେଇଥିଲେ। ଅଭିଯୁକ୍ତ ବୃଦ୍ଧ ଓ ପୀଡ଼ିତାଙ୍କୁ ସୋମବାର ବ୍ରହ୍ମପୁର ବଡ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri