ପାଟ୍ରୋଲିଂ ବେଳେ ଟ୍ରକ୍‌ ସହ କେନ୍ଦୁପତ୍ର ଜବତ, ଚାଳକ ଫେରାର

ଜମନକିରା, ୧୨।୭: ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ ବଡ଼ରମା ବନଖଣ୍ଡ ବନବିଭାଗ ପକ୍ଷରୁ ଷଣ୍ଢପଥରଠାରୁ କଦଳୀପାଳ ମଧ୍ୟରେ ପାଟ୍ରୋଲିଂ ଚାଲିଥିବା ବେଳେ ଏକ ୪୦୭ ଟ୍ରକ୍‌ ସହ କେନ୍ଦୁପତ୍ର ଜବତ କରାଯାଇଛି। ତେବେ ଚାଳକଜଣକ ଫେରାର ହୋଇଯାଇଥିବା ବନଅଧିକାରୀ ପ୍ରକାଶ କରିଛନ୍ତି। ଗତକାଲି ବିଳମ୍ବିତ ରାତିରେ ବନବିଭାଗ ପକ୍ଷରୁ ପାଟ୍ରୋଲିଂ ଚାଲିଥିବା ବେଳେ ପ୍ରାୟ ଭୋର ଦେଢ଼ରୁ ୨ଟା ସମୟରେ ଏକ ୪୦୭ ଟ୍ରକ୍‌ (ଓଆର୍‌-୧୭-୮୪୪୮) ଷଣ୍ଢପଥରରୁ ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ଟଂସରା ଛକରେ ବନ ବିଭାଗ ପକ୍ଷରୁ ଟ୍ରକ୍‌କୁ ଅଟକାଯାଇଥିଲା। ଚାଳକ ଏହା ଜାଣିପାରି ଫେରାର ହୋଇଯାଇଥିଲେ। ବନବିଭାଗ ଅଧିକାରୀ ଯାଞ୍ଚ କରବା ବେଳେ ଟ୍ରକ୍‌ରେ କେନ୍ଦୁପତ୍ର ବୋଝେଇ ହୋଇଥିବା ଜାଣି ପାରିଥିଲେ। ଟ୍ରକ୍‌କୁ ବଡ଼ରମା ରେଞ୍ଜକୁ ନେଇ କେନ୍ଦୁପତ୍ର ବିଭାଗକୁ ହସ୍ତାନ୍ତର କରିଥିଲେ। ଖବର ଲେଖାଯିବା ପର୍ଯ୍ୟନ୍ତ ଜବତ ହୋଇଥିବା କେନ୍ଦୁପତ୍ରର ମୂଲ୍ୟ ମିଳି ନ ଥିବା ଜଣାଯାଇଛି। ଏହି ପାଟ୍ରୋଲିଂ ବେଳେ ରେଞ୍ଜର ନୀଳାଦ୍ରୀନାଥ ସାହୁଙ୍କ ସମେତ ଫରେଷ୍ଟର ରଞ୍ଜନ ଜିତ, କୃପାସିନ୍ଧୁ ପଧାନ, ପରେଶ ନାଏକ ଓ ସ୍ପେସିଆଲ ସ୍କାର୍ଡ ପ୍ରମୁଖ ଅଧିକାରୀ ଓ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?