ପାଠ୍ୟକ୍ରମରେ ସାମିଲ ହେବ କଠିନ ବର୍ଜ୍ୟ ପରିଚାଳନା

ଭୁବନେଶ୍ୱର,୬।୯(ବ୍ୟୁରୋ) : ପ୍ରତି ୱାର୍ଡ, ବାସଗୃହରୁ କଠିନ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ସଚେତନତା ସୃଷ୍ଟି ସହ ନିୟମ କଡ଼ାକଡ଼ି ଭାବେ ଲାଗୁ କରିବାକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନରେ ଗୁରୁବାର ସହରାଞ୍ଚଳରେ କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ଅଗ୍ରଗତି ବିଷୟରେ ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ଏଥିପ୍ରତି ଗୁରୁତ୍ୱାରୋପ କରିଛନ୍ତି। ବର୍ଜ୍ୟବସ୍ତୁ ପରିଚାଳନାକୁ ଜୀବନର ଏକ ଅଭ୍ୟାସରେ ପରିଣତ କରିବା ପାଇଁ ବିଦ୍ୟାଳୟ ପାଠ୍ୟକ୍ରମରେ ସେହି ବିଷୟବସ୍ତୁ ସନ୍ନିବେଶିତ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ରାସ୍ତା ନିର୍ମାଣ ଓ ସିମେଣ୍ଟ କାରଖାନାଗୁଡ଼ିକରେ ଅଧିକରୁ ଅଧିକ ପ୍ଲାଷ୍ଟିକ ବ୍ୟବହାର କରିବା ପାଇଁ ମଧ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ପ୍ରମୁଖ ଶାସନ ସଚିବ ଜି.ମାଥିଭାଥାନନ୍‌ ରାଜ୍ୟର ୧୧୪ ସହରାଞ୍ଚଳର କଠିନ ବର୍ଜ୍ୟବସ୍ତୁ ପରିଚାଳନା ସମ୍ବନ୍ଧିତ ପ୍ରଶାସନିକ, ବୈଷୟିକ ଓ ଆର୍ଥିକ ବିଷୟବସ୍ତୁ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ। ୧୧୪ ସହରାଞ୍ଚଳରେ୨୦୨୪ ୱାର୍ଡ଼ ରହିଛି , ଦୈନିକ ପ୍ରାୟ ହାରାହାରି ୨୫୭୫ ଟନ ବର୍ଜ୍ୟବସ୍ତୁ ବାହାରୁଛି। ଓଡ଼ିଶାରେ ଘରପିଛା ହାରାହାରି ୩୦୦ ଗ୍ରାମ୍‌ ବର୍ଜ୍ୟବସ୍ତୁ ନିର୍ଗତ ହେଉଛି, ଏହା ଜାତୀୟ ହାରଠାରୁ କମ୍‌ ରହିଛି। ସେହିପରି ପରିଚାଳନା ପାଇଁ ମୁଖ୍ୟତଃ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡିକୁ ସାମିଲ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଉଲ୍ଲେଖଯୋଗ୍ୟ, ରାଜ୍ୟର ସହରାଞ୍ଚଳରେ ପ୍ରାୟ ୩୦,୦୦୦ ଏସ୍‌ଏଚ୍‌ଜି ସକ୍ରିୟ ରହିଛନ୍ତି। ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ୍‌ ନାୟକଙ୍କ ସୂଚନାନୁଯାୟୀ, ବିଭିନ୍ନ ସହରାଞ୍ଚଳରେ ଏଯାବତ୍‌ ୧୨୦୦ ସ୍ବଚ୍ଛ ସାଥୀଙ୍କୁ ଏହି କାର୍ଯ୍ୟରେ ସାମିଲ କରାଯାଇଛି। ଏହି ସମସ୍ତ ସ୍ବଚ୍ଛ ସାଥୀଙ୍କୁ ୨ ପର୍ଯ୍ୟାୟରେ ପ୍ରଶିକ୍ଷଣ ଦିଆଯାଇଛି। ଜଣେ ସ୍ବଚ୍ଛ ସାଥୀ ପ୍ରାୟ ୬୦୦ ବାସଗୃହ ଦାୟିତ୍ୱରେ ରହିବେ, ୪ ସ୍ବଚ୍ଛ ସାଥୀଙ୍କ କାର୍ଯ୍ୟକୁ ଜଣେ ସୁପରଭାଇଜର ତଦାରଖ କରିବେ। ବ୍ୟାପକ ସଚେତନତା ପାଇଁ ସହରାଞ୍ଚଳର ପ୍ରତ୍ୟେକ ୱାର୍ଡ଼ରେ ହୋର୍ଡ଼ିଂ ଲାଗିବ। ସଚେତନତା କାର୍ଯ୍ୟକ୍ରମ ନିୟମକୁ କଡ଼ାକଡ଼ି ଭାବେ ଲାଗୁ କରିବା ସହ ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?