Posted inରାଜ୍ୟ

ପାଣି ଆସୁ ଆସୁ କେନାଲରେ ଘାଇ

ବାଲିଆ,୨୪।୭: ବାଲିଆ ଜଳସେଚନ ସେକ୍ସନ ଅଧୀନ ୪ନଂ କେନାଲରେ ପାଣି ଆସୁ ନ ଥିବାରୁ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ପାଣି ବିନା ଚାଷ କାର୍ଯ୍ୟ ଆଗେଇ ପାରୁ ନ ଥିବାରୁ ଚାଷୀ ଆନ୍ଦୋଳନ କରିବାକୁ ସଜବାଜ ହେଉଥିଲେ। ସେପଟେ କେନାଲ ମରାମତି ଓ ପୁନରୁଦ୍ଧାର ଆଳରେ ଜଳସେଚନ ବିଭାଗ ପାଣି ଛାଡୁ ନ ଥିଲା। ଏବେ କେନାଲରେ ଅଳ୍ପ ପାଣି ଛଡ଼ାଯିବା ମାତ୍ରେ ନୂଆଢଣାଠାରେ ୨୦ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ କେନାଲ ବନ୍ଧ ମରାମତି ପାଇଁ ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହୋଇଥିବା ଲକ୍ଷାଧିକ ଟଙ୍କା କିପରି ବିନିଯୋଗ ହୋଇଛି ତାହା ବୁଝାପଡୁଛି। ସୂଚନା ଅନୁଯାୟୀ, ଏହି କେନାଲରେ ପାଣି ଛଡ଼ାଯାଉ ନ ଥିବାରୁ କେନାଲ ପାର୍ଶ୍ୱବର୍ତ୍ତୀ ଜମିରେ ଚାଷକାର୍ଯ୍ୟ ହୋଇପାରୁ ନ ଥିଲା। ତେଣୁ ପାଣି ଛାଡ଼ିବା ପାଇଁ ଚାଷୀମାନେ ବାରମ୍ବାର ଦାବି କରିଥିଲେ। ସେତେବେଳେ କେନାଲ ମରାମତି କାମ ଚାଲିଥିବାରୁ ପାଣି ଛଡାଯାଉ ନ ଥିବା ବିଭାଗ ପକ୍ଷରୁ କୁହାଯାଇଥିଲା। ଏବେ ପାଣି ଆସୁ ଆସୁ ଘାଇ ସୃଷ୍ଟି ହେବାରୁ କେନାଲ ପୁନରୁଦ୍ଧାର କାର୍ଯ୍ୟ ଠିକ୍‌ ଭାବେ କରାଯାଇ ନ ଥିବା ଅଭିଯୋଗ ହେଉଛି। ବିଭିନ୍ନ ସ୍ଥାନରେ କେନାଲ ବନ୍ଧ ମରାମତି ବେଳେ ବିଭାଗୀୟ ଯନ୍ତ୍ରୀ କିମ୍ବା କର୍ମଚାରୀ ଉପସ୍ଥିତ ନ ରହିବାରୁ ଠିକାଦାର ମନମୁଖି କାର୍ଯ୍ୟ କଲେ। ଏ ବାବଦରେ ବିପୁଳ ଅର୍ଥ ତୋସରପାତ କରାଗଲା। ସେପଟେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ, ଅଧିକ୍ଷଣ ଯନ୍ତ୍ରୀ ଓ ମୁଖ୍ୟ ଯନ୍ତ୍ରୀ ଗତ କିଛିଦିନ ହେଲା ନଦୀ ବନ୍ଧ ଓ ମାଛଗାଁ ମୁଖ୍ୟ କେନାଲ ଉପରେ ପଇଁତରା ମାରୁଥିଲେ ମଧ୍ୟ ଶାଖା କେନାଲଗୁଡିକର ଅବସ୍ଥା ଦେଖୁନାହାନ୍ତି କି ତଦାରଖ କରୁନାହାନ୍ତି। ତେଣୁ ତଳିଆ କର୍ମଚାରୀ ଓ ଠିକାଦାରଙ୍କ ସଲାସୁତରାରେ କାମ ନିମ୍ନମାନର ହେଉଛି। ଚାଷୀ ବିଚରା ପାଣି ନ ପାଇ ହଇରାଣ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri