ପାଣି ଓଭର ଫ୍ଲୋ ହେବାରୁ ଜିଲାପାଳ ନିଜ ଉପରେ ଲଗାଇଲେ ଜରିମାନା

ଲକ୍ଷ୍ନୌ: କୌଣସି କାର୍ଯ୍ୟାଳୟରେ କିଛି ଭୁଲ ହେଲେ ବରିଷ୍ଠ କର୍ମଚାରୀ ବର୍ତ୍ତି ଯାଉଥିବା ବେଳେ ତଳିଆ କର୍ମଚାରୀ ଫସିଯାଆନ୍ତି। ବେଳେବେଳେ ଏଥିପାଇଁ ସେମାନଙ୍କୁ ଅସୁବିଧା ମଧ୍ୟ ଭୋଗିବାକୁ ପଡ଼ିଥାଏ। ହେଲେ ଉତ୍ତରପ୍ରଦେଶର ଗାଜିଆବାଦରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ କର୍ମଚାରୀଙ୍କ ଭୁଲ ପାଇଁ ଜିଲାପାଳ ନିଜକୁ ଦାୟୀ କରିବା ସହ ନିଜ ଉପରେ ଜରିମାନା ଲଗାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କାର୍ଯ୍ୟାଳୟରେ ପାଣିଟାଙ୍କି ପୂରଣ ହୋଇ ଓଭର ଫ୍ଲୋ ହେବାରୁ ଜିଲାପାଳ ଅଜୟ ଶଙ୍କର ପାଣ୍ଡେ ନିଜ ଉପରେ ଓ କର୍ମଚାରୀଙ୍କ ଉପରେ ୧୦ହଜାର ଟଙ୍କା ଜରିମାନା ଲଗାଇଥିବା ଖବର ସାମ୍ନାକୁ ଆସିଛି। ଏହି ଖବର ପ୍ରଚାର ହେବା ପରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କଥାଟି ହେଲା, କାର୍ଯ୍ୟାଳୟରେ ପାଣିଟାଙ୍କି ପୂରଣ ହୋଇ ଓଭର ଫ୍ଲୋ ହେଉଥିଲା। ଏହାକୁ ଦେଖି ଜିଲାପାଳ ବିରକ୍ତ ହେବା ସହ ପାଣି କେତେବେଳୁ ନଷ୍ଟ ହେଉଛି ବୋଲି ଜଣେ କର୍ମଚାରୀଙ୍କୁ ପ୍ରଶ୍ନ କରିଥିଲେ। ୧୦ମିନିଟ୍‌ରୁ ପାଣି ନଷ୍ଟ ହେଉଥିବା ଜାଣିବା ପରେ ସେ ନିଜ ଉପରେ ଓ କର୍ମଚାରୀଙ୍କ ଉପରେ ସାମୂହିକ ୧୦ହଜାର ଟଙ୍କା ଜରିମାନା ଲଗାଇଥିଲେ। ଏଥିସହ ସେ କହିଥିଲେ, ପାଣି ସଂରକ୍ଷଣ କରିବା ସମସ୍ତଙ୍କର ଦାୟିତ୍ୱ ଏବଂ ଏହାକୁ ବଞ୍ଚାଇବା ମଧ୍ୟ ସମସ୍ତଙ୍କର କର୍ତ୍ତବ୍ୟ। ଏହା ଭୁଲ ନୁହେଁ ବରଂ ଦାୟିତ୍ୱହୀନତା। ତେଣୁ ସମସ୍ତଙ୍କ ସହ ମୋ ଉପରେ ମଧ୍ୟ ଏହା ଲାଗୁ ହୋଇଥିବାରୁ ଏହି ଜରିମାନା ଲଗାଯାଇଛି ବୋଲି ଅଜୟ କହିଛନ୍ତି। ତେବେ ୩୦ଜଣ ଅଧିକାରୀଙ୍କଠାରୁ ଶହେ ଟଙ୍କା ଓ କର୍ମଚାରୀଙ୍କଠାରୁ ୭୦ଟଙ୍କା ଲେଖାଏଁ ମାସିକ ଦରମାରୁ କାଟିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଏହି ଜରିମାନା ରାଶିକୁ ଜଳ ସଂରକ୍ଷଣ ବିଭାଗରେ ଜମା କରାଯାଇଛି। ଯାହାଦ୍ୱାରା ଜଳ ସଂରକ୍ଷଣ ଉନ୍ନତି କାର୍ଯ୍ୟରେ ଲଗାଯାଇପାରିବ। ତେବେ ଜିଲାପାଳଙ୍କ ଏହି ସଚ୍ଚୋଟତା ଏବେ ସବୁ ମହଲରେ ଭୂରି ଭୂରି ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri